Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅସୁବିଧାରେ ପକାଇ ପାରନ୍ତି ନିଜ ଲୋକ

Santosh Kumar Sahoo
Browse all articles by Santosh Kumar Sahoo
·5 months ago·4 min read
ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅସୁବିଧାରେ ପକାଇ ପାରନ୍ତି ନିଜ ଲୋକ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...
ମେଷ

ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ମହିଳାମାନେ ଧର୍ମପରାୟଣ ରହିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବୃଷ

ଜୀବନସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ଅର୍ଜିତ ଧନ ଓ ମାନହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ

ଦାମ୍ପତ୍ୟ ଜୀବନରେ ପତୀପତ୍ନୀଙ୍କ ମଧ୍ୟରେ ଥିବା ତିକ୍ତତା ଦୂରୀଭୂତ ହୋଇଯିବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମାଲିମକନ୍ଦମାରେ ସଫଳତା ହାସଲ କରିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ

କର୍ମ କ୍ଷେତ୍ରରେ ସହଭାଗୀମାନଙ୍କ ସହ ଖୁସିରେ କାମ କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ିବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କର ଇଚ୍ଛା ପୂରଣ ହୋଇପାରେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀଙ୍କର ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

ସିଂହ

ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା

ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ତୁଳା

ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ବ୍ୟବସାୟରେ ଉନ୍ନତି କରିବେ । କୋର୍ଟର ତାରିଖ ସ୍ଥିର ଧାର୍ଯ୍ୟ ହେବ । ମହିଳାମାନେ କର୍ମତତ୍ପର ରହିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ବିଛା

ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ଛାତ୍ରଛାତ୍ରୀମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ବିଦ୍ଧି ପୂର୍ବକ ଶିବ ପୂଜା କରନ୍ତୁ

ଧନୁ

କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କ୍ରୀଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜାଗା, ଜମି ଆଦି କ୍ରୟ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର

ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କୁମ୍ଭ

ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର- ଶାମି ଗଛ ତଳେ ସୋରିଷ ତେଲରେ ଏକ ଦୀପ ଜାଳନ୍ତୁ

ମୀନ

କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜ ପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today’s Horoscope: How Will Your Day Be ? Know Your Zodiac Prediction | Argus News