Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ଏହି ୪ଟି ରାଶି ରୁହନ୍ତୁ ସତର୍କ

Swoyang prajna Mishra
Browse all articles by Swoyang prajna Mishra
·1 year ago·3 min read
ଆଜିର ରାଶିଫଳ, ଏହି ୪ଟି ରାଶି ରୁହନ୍ତୁ ସତର୍କ

ମେଷ-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯେଉଁ କ୍ଷେତ୍ରରେ କର୍ମ କରୁଛନ୍ତି ଅଚାନକ ଭାବରେ ବାହାରକୁ ଯିବାର ସମ୍ଭାବନା ଅଛି । ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେବେ। କାର‌୍ୟ୍ୟବ୍ୟସ୍ତତା କାରଣରୁ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ। ବନ୍ଧୁଙ୍କ ପ୍ରାୟୋଜିତ ଗୁଜବ ମନକୁ ଚହଲାଇ ଦେଇପାରେ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳଜନକ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
କର୍ମଭାବରେ ଗୁରୁ ଆରୋଗ୍ୟଲାଭ, ପାରିବାରିକ ଶାନ୍ତି, କର୍ମାରମ୍ଭ ପାଇଁ ଖୁରାକି ଯୋଗାଇ ପାରନ୍ତି। ପରିସ୍ଥିତକୁ ସାମନା କରିବାକୁ ଯାଇ ଉପସ୍ଥିତି ବୁଦ୍ଧି ଯୋଗୁଁ ବିପଦ ମୁକ୍ତ ହେବେ। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବେ। ଅର୍ଥ ସମସ୍ୟା, ଯାନବାହନ, ନିର୍ମାଣ, ମାଙ୍ଗଳିକ କାର‌୍ୟ୍ୟରେ ବାଧା ଉପୁଜିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାମୟିକ ସମସ୍ୟା ଆସିଲେ ମଧ୍ୟ ଧୈର‌୍ୟ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇ କାମ ହାସଲ କରିବେ। ପାଖ ପଡ଼ୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ। ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନ୍ସନ ବଢ଼ିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ଗୁରୁଜନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ବେବେ। ଅଧିକାଂଶ ସମୟ ଘର ସାହସଜ୍ଜା କମ୍ବା ମରାମତିରେ ସମୟ ଅତିବାହିତ କରିବେ। ପାରିବାରିକ ସମସ୍ୟା ସମାଧାନରେ ଟାଳଟୁଳ ନୀତି ଗ୍ରହଣ କରି ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ। କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଫଳ ଖାଇବାକୁ ଦିଅନ୍ତୁ

କନ୍ୟା-
ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ। ଅଫିସିଆଲି ଟେନ୍ସନ ଲାଗି ରହିବାରୁ ରକ୍ତଚାପ ବଢ଼ିପାରେ। ଧାର କରଜ କରି କାମ ତୁଲାଇ ନେବେ କିନ୍ତୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ନିଜର ଦାୟିତ୍ୱହୀନ କାରଣରୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡ଼ିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
କର୍ମକ୍ଷେତ୍ର ଓ ପାରିବାରିକ ଜୀବନରୁ ପ୍ରତିବନ୍ଧକ କ୍ରମଶଃ ଦୂରେଇ ଯିବ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରୁ ସଂଗୃହୀତ ଅର୍ଥ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟୟିତ ହୋଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଧନୁ-
ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ମକର-
ଆପଣଙ୍କର ରୁକ୍ଷ ବାକ୍ୟାଳାପ ବନ୍ଧୁଙ୍କୁ ଆପଣେଇ ନେବାରେ ପ୍ରତିବନ୍ଧକ ସାଜିପାରେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ମୀନ-
ଯେଉଁ କାମରେ ହାତ ଦେବେ ସଫଳତା ନିଶ୍ଚିତ । ଅଫିସିଆଲି ଟେନସନ୍ କିଛି ମାତ୍ରାରେ ଲାଗିରହିବ । ଆମଦାନୀ କାରବାର, ବ୍ୟବସାୟିକ କାରବାରରେ ଉନ୍ନତି ହେବ। ରାଜନୈତିକ ସ୍ଥିତି କିମ୍ବା ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, be careful with these 4 zodiac signs | Argus News