ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...

ଅର୍ଗସ ବ୍ୟୁରୋ: ଜାଣନ୍ତୁ ଆଜିର ରାଶିଫଳ। କେମିତି କଟିବ ଆଜି ଆପଣଙ୍କ ଦିନ।
ମେଷ-
ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ । ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛି । ବିବାହ ଉତ୍ସବରେ ଯୋଗଦେବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଶିକ୍ଷୟିତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା-୯
ପ୍ରତିକାର- ଧାର୍ମିକ ସ୍ଥାନରେ କଳା ସୋରିଷ ତେଲ ଦାନ କରନ୍ତୁ।
ବୃଷ-
ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପାଖରେ ପଇସାର ଅଭାବ ଦେଖାଯାଇପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ରାଜନୈତିକ ପୃଷ୍ଠପୋଷକତା ଲାଭ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପିମ୍ପୁଡିକୁ ମଇଦା ଖାଇବାକୁ ଦିଅନ୍ତୁ
ମିଥୁନ-
ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରୁ ସ୍ଥଗିତ ରହିବା ଉଚିତ। ସମାଜ ସେବାରେ ନିୟୋଜିତ ହୋଇପାରନ୍ତି । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ।
କର୍କଟ-
ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ସ୍ୱାସ୍ଥ୍ୟରେ ସାମାନ୍ୟ ପରିବର୍ତ୍ତନ ହେବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାଇପାରନ୍ତି । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ
କନ୍ୟା-
ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ। ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧୀନତା ପାଇବେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାଇ ଘରୁ ବାହାରନ୍ତୁ
ତୁଳା-
ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତ୍ତିରେ ସଫଳତା ହାସଲ କରିବେ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର -ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ
ବିଛା-
ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାତ୍ମକ କାର୍ୟ୍ୟରୁ ପ୍ରଂଶସିତ ହୋଇ ପାରନ୍ତି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ। ସମ୍ପତ୍ତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର -ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ରାଜନୀତିରେ ଆଗକୁ ଯିବେ। କୃଷିକ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ଅଧିକ ହେବାର ଅଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର -ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର -ହନୁମାନ ଚାଳିଶା ପାଠ କରନ୍ତୁ।
ମୀନ-
ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। କୋର୍ଟ ମାମଲାରେ ବିଜୟ ଲାଭ କରିବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ବ୍ରାହ୍ମଣକୁ ପୋଷାକ ଦାନ କରନ୍ତୁ

