Videos
|
Horoscope

Daily Horoscope / କେମିତି କଟିବ ଆଜିର ଦିନ ? ଚାକିରି, ଶିକ୍ଷା ଓ ବ୍ୟବସାୟରେ ମିଳିବ ଶୁଭଫଳ

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·3 min read
କେମିତି କଟିବ ଆଜିର ଦିନ ? ଚାକିରି, ଶିକ୍ଷା ଓ ବ୍ୟବସାୟରେ ମିଳିବ ଶୁଭଫଳ
Today Horoscope

Key Points

ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ

ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର କାରଣ ଅଛି । କାରବାରରେ ଆପଣଙ୍କର ବହୁତ ଲାଭ ହେବ । ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ଧାର୍ମିକ କାର୍ଯ୍ୟକ୍ରମରେ ସାମିଲି ହେବାର ସୁଯୋଗ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବ ।
ଶୁଭ ରଙ୍ଗ- - ଲାଲ୍
ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ

ବୃଷ

ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ । ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ

ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ

କର୍କଟ

ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେ କୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା  
ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ

ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କୋର୍ଟରେ ଅପବ୍ୟବହାର ଦେଖାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି । ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା

ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତା ମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା

ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ

କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୌଣସି ଗୋଟେ ବଡ ପଦବୀ ଯାଇପାରେ । ସବୁ ସମସ୍ୟାକୁ ଦୃଢ ଭାବରେ ମୁକାବିଲା କରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ

ମକର

କର୍ମ କ୍ଷେତ୍ରରେ ସାହାଯ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁ ଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ

ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନୀତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍‌ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ

ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ