ରାଶିଫଳ ; ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ

Key Points
ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ ।
ସୋମବାର
ମେଷ-
ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ଜୀବନ-ସାଥି ଅତି ଉତ୍ତମ ଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରୁଛନ୍ତି । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି ।
ମହିଳା ମାନେ ଅଧିକ କାର୍ଯ୍ୟକରି ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଧର୍ମ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ଵାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ଵାସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ନିଜର ନୂତନ ଯୋଜନା ପାଇଁ ନିଜର ମାତା-ପିତାଙ୍କୁ ବିଶ୍ଵାସରେ ନେବା ଅତି ଆବଶ୍ୟକ । ଆପଣଙ୍କର ପ୍ରେମୀ ଆପଣଙ୍କ ସହିତ ନିଜର ଭାବନାକୁ ପ୍ରକାଶ କରିପାରିବେ ନାହିଁ ଯାହା ଆପଣଙ୍କୁ ବ୍ୟଥିତ କରିବ । ଜମି ଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟ ଶାଳି ଅନୁଭବ କରିବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସହଜରେ ଅନ୍ୟମାନଙ୍କୁ ବିଶ୍ୱାସ କରିପାରିବେ ନାହିଁ।ଆପଣ ଚାକିରି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ ଓ ପଦୋନ୍ନତି ମିଳିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ଚିନ୍ତିତ ରହିବାକୁ ପଡ଼ିପାରେ। ଅଭାବ ନ ଥିଲେ ମଧ୍ୟ କେତେକ ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ ମନ ଅସ୍ଥିର ରହିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କାର୍ଯ୍ୟାଳୟରେ ଉତ୍ତମ କାର୍ଯ୍ୟ କରିବା ପାଇଁ ଉପହାର ମିଳି ପାରେ । ଯେକୌଣସି ବହୁ ରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ତେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନୋଭାବ ପ୍ରକାଶ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ଵତ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ