Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

Horoscope

ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

Ritu Das
Browse all articles by Ritu Das
·2 years ago·4 min read
ଆଜିର ରାଶିଫଳ, ଏହି ରାଶି ପାଇଁ ଶୁଭଫଳ ଆସିବ

ଅର୍ଗସ ବ୍ୟୁରୋ : କ'ଣ ରହିଛି ଆଜିର ରାଶିଫଳ । ଆଜି କେମିତି କଟିବ ଆପଣଙ୍କ ଦିନ । ପଢନ୍ତୁ... 

ମେଷ-
ବ୍ୟବସାୟରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ମିତ୍ର ସହଯୋଗୀଙ୍କ ଦ୍ୱାରା ଆଶାତୀତ ଲାଭ ପାଇବେ । ଅଟକି ଥିବା ଧନ ମିଳିବାରୁ ଖୁସି ହେବେ ।  ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମହାଦେବଙ୍କ ପୂଜା କରନ୍ତୁ

ବୃଷ-
ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷାର୍ଥୀ ମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ବନ୍ଧୁ ମାନଙ୍କ ଦ୍ୱାରା ଲାଭବାନ ହେବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ । ଜମିବାଡି ଜନିତ କେତେକ ସମସ୍ୟାର ସମାଧାନ ହେବ । ଆତ୍ମ ବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସାମାନ୍ୟ କଥାରେ ଅଯଥା ତର୍କ ନ କରି ଶାନ୍ତ ରହିବା ଉଚିତ୍ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷତି କରିବାକୁ ଚେଷ୍ଟା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କର୍କଟ-
ନିଜର ଆଚାର ବ୍ୟବହାରରେ ସନ୍ତୋଷ ହୋଇ ଉଚ୍ଚ ଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ । ପରିବାରରେ ସୁସ୍ଥ ବାତାବରଣ ଦେଖା ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ଦୁର୍ବଳ ହେବେ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ସିଂହ-
ପ୍ରେମୀଯୁଗଳ ମାନେ କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ କ୍ଷତି ସହିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୂତ ହେବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ମିତ୍ରଙ୍କର ସାହାଯ୍ୟ ପାଇ ସମ୍ପତ୍ତି ଲାଭ ହେବ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଭାଗୀଦାରୀ ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିଜର ବ୍ୟବହାର ସନ୍ତୋଷ ଜନକ ହେବା ଦ୍ୱାରା ଗୁରୁଜନଙ୍କ ବିଶ୍ୱାସ ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା-
କର୍ମାନୁଯାୟୀ ଫଳ ପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାର୍ଯ୍ୟ ସହଯୋଗ କରିବା ଦ୍ୱାରା ପ୍ରଶଂସିତ ହେବେ । ସମ୍ପତ୍ତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଅସହାୟ ରୋଗୀମାନଙ୍କୁ ସାହାଯ୍ୟ କରନ୍ତୁ

ଧନୁ-
ନିଜର ଇଛା ବିରୋଧରେ କାମ କଲେ ଅସୁବିଧାରେ ପଡିପାରନ୍ତି । ପରିବାରରେ ସୁଖ ଶାନ୍ତି ଦେଖାଦେବ ।  ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ରାଜନୀତିରେ ଯଶମାନ ବୃଦ୍ଧି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ମକର-
ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ବିଦ୍ୟାର୍ଥୀ ମାନେ ମିତ୍ରଙ୍କ ସାହାଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ । ସରକାରୀ କର୍ମଚାରୀ କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡା ଦେଖା ଦେଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

କୁମ୍ଭ-
କର୍ମରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପୈତୃକ ସମ୍ପତ୍ତିର ସମସ୍ୟା ସମାଧାନ ହେବ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ମୀନ-
ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ନୂତନ ପନ୍ଥା ଅନୁସରଣ କରିବେ । କଳା ଓ କ୍ରୀଡା ସହିତ ଜଡିତ ଥିଲେ ପୁରସ୍କାର ପାଇପାରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

Sponsored
Today's Horoscope, | Argus News