Videos
|
Horoscope

Daily Horoscope / ଆଜିର ରାଶିଫଳ: ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ, ଆଧ୍ୟାତ୍ମିକତା ପ୍ରତି ବଢ଼ିବ ମନ

Santosh Kumar Sahoo
Browse all articles by Santosh Kumar Sahoo
·3 hours ago·3 min read
ଆଜିର ରାଶିଫଳ: ସ୍ୱାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ, ଆଧ୍ୟାତ୍ମିକତା ପ୍ରତି ବଢ଼ିବ ମନ
Today Horoscope

Key Points

ଆଜି କେମିତି କଟିବ ଦିନ ?
ଜାଣନ୍ତୁ ଆପଣଙ୍କ ରାଶିର ଭାଗ୍ୟଫଳ
ଆଜି ଏହି ରାଶିଙ୍କ ପାଇଁ ଭଲ ଦିନ
ମେଷ

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତ୍ଥାନ,ପତନରେ ଗତି କରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ

ଭୁଲ୍ ବୁଝାମଣା କାରଣରୁ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସଭାସମିତି, ରାଜନୈତିକ ସ୍ଥିତି ତଥା ପ୍ରଶାସନିକ ସ୍ତରରେ ସଫଳତା ଅବଶ୍ୟ ମିଳିବ । ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ

ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ଉତ୍ତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ

ଯାହା ଚାହୁଁଛନ୍ତି ତାହା ହାସଲ କରିବା କଷ୍ଟକର ହେବ ନାହିଁ । ବନ୍ଧୁମାନଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ

ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା

ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହେବେ । ପରିବାରରେ ମଧ୍ୟ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ବନ୍ଧୁଙ୍କ ସହାୟତାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଚୁକ୍ତିଭିତ୍ତିକ କାମ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା

କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା

କର୍ମ କ୍ଷେତ୍ରରେ ବୁଦ୍ଧିଜୀବିଙ୍କ ନିକଟରୁ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ । ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେଇପାରିବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ

କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର

ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି । କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶ ଗ୍ରହଣକଲେ ମନ୍ଦ ହେବନି । ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ

ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ

ବ୍ୟବସାୟରେ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଯେତେ ସୁବିଧା ସୁଯୋଗ ସୃଷ୍ଟିକଲେ ମଧ୍ୟ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି । ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ଆଶ୍ୱସ୍ତି ଲାଭ କରିବେ । ଦୂରଭ୍ରମଣର ଯୋଜନାକରି ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ