Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

Swoyang prajna Mishra
Browse all articles by Swoyang prajna Mishra
·1 year ago·3 min read
ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ-
ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମ କ୍ଷେତ୍ରରେ ସହକର୍ମୀ ମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି ।
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ବୃଷ-
ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଯାନବାହନ ଭ୍ରମଣରେ ସତର୍କ ରହିବା ଉଚିତ୍ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ମିଥୁନ-
କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କର ଆଶା ଶେଷରେ ପୂରଣ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ

କର୍କଟ-
ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କିଛି ଭଲ ଖବର ମିଳିବ , ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
କର୍ମ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ସାଙ୍ଗକୁ ଅର୍ଥ ଲାଭ ହେବ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁ ରୂପେ ତୁଲାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ ।

କନ୍ୟା-
ବ୍ୟବସାୟରେ କଠିନ ପରିଶ୍ରମ କଲେ ଲାଭବାନ ହୋଇପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀ ମାନେ ବିରୋଧ କରିପାରନ୍ତି । ପାରଷ୍ପରିକ ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ। ପଡ଼ୋଶୀମାନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ

ବିଛା-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ବାହାର ଖାଦ୍ୟ ଖାଇବା ଠାରୁ ଦୂରେଇ ରୁହନ୍ତୁ । ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ । ଅଫିସ୍ କାମରେ ବ୍ୟସ୍ତ ରହିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା କାର‌୍ୟ୍ୟହାନିର କାରଣ ପାଲଟିଯିବ। ସାଧାରଣ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ସେଥିରେ ଲାଭ ମିଳିବ । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ। କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-
ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, know how your day will be today | Argus News