Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

Horoscope

ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

Swoyang prajna Mishra
Browse all articles by Swoyang prajna Mishra
·1 year ago·3 min read
ଆଜିର ରାଶିଫଳ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ-
ଦୁର୍ଘଟଣାଦି ମନରେ ଭୟ ରହିପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଅଇନର ଆଶ୍ରୟ ନେଇପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ବୃଷ-
ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।
ବ୍ୟାପାର ବୃତ୍ତିରେ ଉନ୍ନତି କରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେ ତାରକା ମାନେ ଭଲ ନାମ କମାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଛାତ୍ରଛାତ୍ରି ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର‌୍ୟ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ଜୀବନ ସାଥୀଙ୍କ ସହ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନ ଲାଭର ନୂଆ ଉତ୍ସ ତଲାସ କରିବେ । ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ତୁଳା-
ଖେଳାଳି ଓ ଚିତ୍ରତାରକା ମାନେ ଉତ୍ତମ ପ୍ରଦର୍ଶନ କରିବେ । ବାକି ପଡିଥିବା ପାଉଣା ଫେରି ପାଇବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ
ବିଛା-
ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଧନୁ-
ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ଖଣିଜ,ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ରାଜନିତିଜ୍ଞ ମାନେ ଦରିଦ୍ର ଜନତାଙ୍କ ସେବା କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ । ପ୍ରେମରେ ଭୁଲ ବୁଝାବଣା ହୋଇପାରେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟପାର ବୃତ୍ତିରେ ପ୍ରଗତି ହେବ । ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ । ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, know how your day will be today 30 january | Argus News