Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜିର ରାଶିଫଳ, ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ

Rashmita Mishra
Browse all articles by Rashmita Mishra
·8 months ago·4 min read
ଆଜିର ରାଶିଫଳ, ଜାଣନ୍ତୁ କଣ କହୁଛି ଆଜି ଆପଣଙ୍କ ଭାଗ୍ୟ

Key Points

ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ଯୋଜନା ନ ଥାଇ ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ ।
ମେଷ-
ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେ।ଇପାରେ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ । ଚାକିରି କ୍ଷେତ୍ରରେ ନୂଆ ସ୍ଥାନାନ୍ତରିତ ହୋଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – କୌଣସି ଛୋଟା ଲୋକଙ୍କୁ କିଛି ସାହାଯ୍ୟ କରନ୍ତୁ

ବୃଷ-
ଜୀବନ ସାଥୀ କୌଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର୍ଯ୍ୟ କରି ଦେବେ । ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ସାମାଜିକ କାର୍ଯ୍ୟରେ ନିଜକୁ ନିଯୋଜିତ କରିବେ । ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ-
ଧର୍ମ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ଵାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ଵର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସତର୍କ ରହି କାର୍ଯ୍ୟ କରିବେ ସୁଫଳ ମିଳିପାରେ । ଆମୋଦ,ପ୍ରମୋଦ ଭିତରେ ଆଜି ଦିନ କଟିବ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାଂସାରିକ ଜୀବନ ଆନନ୍ଦ ଉଲ୍ଲାସରେ କଟିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶୀବାଦ ନେଇ କର୍ମ ଆରମ୍ଭ କରନ୍ତୁ

କନ୍ୟା-
ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟ ଶାଳି ଅନୁଭବ କରିବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ଲୋକ ସମର୍ଥନ ଥିବା କାରଣରୁ ଆପଣଙ୍କୁ ସମସ୍ୟା ମୁକ୍ତ କରାଇବାରେ ସହାୟକ ହେବେ। କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବ। ଫଳରେ ଆପଣଙ୍କର ବହୁତ ଲାଭ ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ। ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । ବିରୋଧୀ ମାନେ କୈାଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢନ୍ତୁ : କାର୍ତ୍ତିକ ପୂର୍ଣ୍ଣିମାରେ ସୃଷ୍ଟି ହେଉଛି ଦୁର୍ଲଭ ରାଜଯୋଗ,ଏହି ରାଶିର ଭାଗ୍ୟ ବଦଳିବ

ମକର-
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ଗୁଡିକ ସହଜ ହୋଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ତି ଲାଭ କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ଯୋଜନା ନ ଥାଇ ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-
ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ତେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today's horoscope, know What does each zodiac sign say? | Argus News