Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜିର ରାଶିଫଳ: ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟ...

Horoscope

ଆଜିର ରାଶିଫଳ: ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟ...

Rashmita Mishra
Browse all articles by Rashmita Mishra
·1 year ago·3 min read
ଆଜିର ରାଶିଫଳ: ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟ...

ମେଷ-
ପ୍ରେମ ସମ୍ପର୍କ ମଧୁର ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ପଢାରେ ଅଧିକ ସମୟ ବିତାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ବୃଷ-
ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଶାରିରୀକ ସମସ୍ୟା ଦେଖାଦେବ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପଡୋଶୀଙ୍କ ସହିତ ଶତୃତା ଭାବ ସୃଷ୍ଟି ହୋଇପାରେ । ଅଦାଲତରୁ ଶୁଭଫଳ ପାଇବେ ।ନୂତନ ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ସିଂହ-
ପାରିବାରିକ ସହମତିରେ କାର‌୍ୟ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
କୈାଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ତୁଳା-
ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।ରାଜନୀତିରେ ସଫଳତା ପାଇ ପାରନ୍ତି । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ନୂତନ ଭାବେ ଆରମ୍ଭ କରୁଥିବା କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ଘରେ ଅତିଥି ମାନଙ୍କ ସେବା କରି ଆନନ୍ଦିତ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଧନୁ-
ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ପ୍ରେମିକା, ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।
ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

କୁମ୍ଭ-
ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମୀନ-
ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ । ରାଜନୀତିରେ ଦୁଃଶାହସିକ ପଦକ୍ଷପ ଗ୍ରହଣ କରିବେ । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
todays-horoscope-know-what-your-fate-says | Argus News