Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜିର ରାଶିଫଳ, ଜାଣନ୍ତୁ କ'ଣ ଅଛି ଆଜି ଆପଣଙ୍କ ଭାଗ୍ୟରେ

Swoyang prajna Mishra
Browse all articles by Swoyang prajna Mishra
·9 months ago·4 min read
ଆଜିର ରାଶିଫଳ, ଜାଣନ୍ତୁ କ'ଣ ଅଛି ଆଜି ଆପଣଙ୍କ ଭାଗ୍ୟରେ

Key Points

ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ ।

ମେଷ-
ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ବଜାୟ ରହିବ । ଭାଇ ଭଉଣୀ ମାନଙ୍କ ସହିତ ମନୋମାଳିନ୍ୟ ଦୂର ହେବ । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତୃତା କରୁଥିବା ଲୋକ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପୈତୃକ ସମ୍ପତ୍ତି କୁ ନେଇ ପାରିବାରିକ ଦ୍ୱନ୍ଦ ତୁଟିଯିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ । ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ । ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଅଧିକ ପଢନ୍ତୁ : ୨୦୦ ବର୍ଷ ତଳର ଅଭିଶାପ, ଆଜି ବି ଏଠାରେ ଶାଢୀ ପିନ୍ଧି ଗର୍ବା ଖେଳନ୍ତି ପୁରୁଷ, ଜାଣନ୍ତୁ ପୁରା କାହଣୀ...


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ସିଂହ-
ପାରିବାରିକ ସ୍ତରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପରିସ୍ଥିତିକୁ ଦେଖି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । କୌଣସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହାନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପରୋପକାର ମନୋଭାବରୁ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ଅଟକି ରହିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ । ମିତ୍ରଙ୍କ ସହ ଲାଗି ରହିଥିବା ବିବାଦ ଦୂର ହେବ । ଠିକ୍ ସମୟରେ ଭାବୁଥିବା କାମଟି ଶୀଘ୍ର ଶେଷ କରିପାରିବେ ନାହିଁ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତା କରିଲେ ବହୁତ ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ଖାଦ୍ୟ ପାନୀୟ ନେଇ ସଜାଗ ରୁହନ୍ତୁ । ଭାଗ୍ୟ ଭରସାରେ ରୁହନ୍ତୁ ନାହିଁ । କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାରରେ ଲୋକେ ପ୍ରଭାବିତ ହେବେ । ବ୍ୟବସାୟରେ ଆଶାଜନକ ଫଳ ପାଇବେ । ସ୍ଵାସ୍ଥ୍ୟ ଭଲ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ସଭାସମିତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ସଫଳତାର ନୂଆ ମାର୍ଗ ଖୋଲିବ । ବାଣିଜ୍ୟ ବିଦ୍ୟାର୍ଥୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ । କୌଣସି ବ୍ୟକ୍ତିଙ୍କ ଠାରୁ ଆଶାଠାରୁ ଅଧିକ ଲାଭ ହେବ । ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । କୌଣସି ଜରୁରୀ ଯୋଜନା କାର୍ଯ୍ୟକାରୀ କରିବେ । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Related Topics

Explore more stories

Sponsored
Today's horoscope, know what's in your luck today | Argus News