Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ, ଜାଣନ୍ତୁ ବୃହସ୍ପତି ଚଳନରେ କେଉଁ ରାଶିକୁ ମିଳିବ କେମିତି ଫଳ...

Swoyang prajna Mishra
Browse all articles by Swoyang prajna Mishra
·1 year ago·4 min read
ଆଜିର ରାଶିଫଳ, ଜାଣନ୍ତୁ ବୃହସ୍ପତି ଚଳନରେ କେଉଁ ରାଶିକୁ ମିଳିବ କେମିତି ଫଳ...

Key Points

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ମେଷ-
ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ରାଜନୈତିକ ସମର୍ଥନ ପାଇବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ

ବୃଷ-
ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଅନ୍ୟର ଭଲ କାମ କରିବାକୁ ଯାଇ ଅପମାନିତ ହୋଇପାରନ୍ତି । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ପଡୋଶୀଙ୍କ ସହ ଲାଗିରହିଥିବା ବିବାଦ ଦୂର ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ସିଂହ-
କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର‌୍ୟ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତା କରିପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ

ବିଛା-
ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ମନରେ ଦୁଶ୍ଚିନ୍ତା ବଢିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ

ମକର-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଦାଲତରେ ଜୟଯୁକ୍ତ ହେବେ ।ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମୀନ-
ମନ ଏକ ପ୍ରକାର ଭଲ ରହିବ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ଆର୍ଥିକ ସହୟତା ପାଇ ,ଅଫିସରେ କାମ କରିନେବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today's horoscope, know which zodiac sign will get the result of Jupiter's transit and how to get it | Argus News