Videos
|
Horoscope

Today Horoscope / ଆଜିର ରାଶିଫଳ ଖବର: ବଦଳିଯିବ ଏହି ରାଶିଦ୍ୱୟର ଭାଗ୍ୟ...

Banajyotshna Ray
Browse all articles by Banajyotshna Ray
·1 hour ago·3 min read
ଆଜିର ରାଶିଫଳ ଖବର: ବଦଳିଯିବ ଏହି ରାଶିଦ୍ୱୟର ଭାଗ୍ୟ...
Today Horoscope

Key Points

ଆଜିର ରାଶିଫଳ ଖବର
ଜାଣନ୍ତୁ ଏହି ରାଶିର ବଦଳିବ ଭାଗ୍ୟ
ମେଷ-
କର୍ମ କ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମ ସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା' ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-
ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟ କୁ ପୂର୍ଣ୍ଣ କରିବେ । ସନ୍ତାନ ସମ୍ବନ୍ଧୀୟ ସମସ୍ୟା ସମାଧାନ କରି ଖୁସୀ ହୋଇ ଯିବେ । ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ସୁସ୍ୱାଦୁ ଭୋଜନର ସୁଯୋଗ ମିଳିବ । କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି । ଆନୁଷ୍ଟାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଅନେକ ସମସ୍ୟାର ସମାଧାନ ହେବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ । ନିଜର ଇଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟା ବହୁଳ ରହିବ । ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିହେବାର ସମ୍ଭାବନା ରହିଛି । କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ବନି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ଯାନବାହନରେ କୌଣସି ଜାଗାକୁ ଯାତ୍ରା କଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ସ୍ୱାର୍ଥ କୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ତୁଳା-
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ବିଛା-
ଘରଠୁ କର୍ମ କ୍ଷେତ୍ରକୁ ଗୁରୁତ୍ୱ ଦେଇ ଅଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁ ଆଡକୁ ନଜର ଦେଇ କାମ କରିବା ଉଚିତ୍ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି। ତଥାପି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର୍ଯ୍ୟ ମଧ୍ୟ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
କୌଣସି ସମସ୍ୟା କାମକୁ ଅଟକାଇ ପାରିବନାହିଁ । ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଭୁଲ୍ ବୁଝାମଣା ହେତୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦ ଉପୁଜିପାରେ। ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିପାରନ୍ତି । ନୂତନ ବନ୍ଧୁଙ୍କୁ ପାଇ ଖୁସିହେବା ସହ କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ସହ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଅଧ୍ୟୟନରେ ମନୋନିବେଷ କରି ପ୍ରଶଂସା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର: