Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜିର ରାଶିଫଳ, ଏହି ରାଶିରେ ଆଜିଠୁ ବଦଳିଯିବ ଭାଗ୍ୟ

Swoyang prajna Mishra
Browse all articles by Swoyang prajna Mishra
·9 months ago·3 min read
ଆଜିର ରାଶିଫଳ, ଏହି ରାଶିରେ ଆଜିଠୁ ବଦଳିଯିବ ଭାଗ୍ୟ

Key Points

ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର‌୍ୟ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ ।

ମେଷ-

ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ
ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ

ବୃଷ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ପ୍ରଶାସନିକ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-

ବ୍ୟପାର ବୃର୍ତିରେ ପ୍ରଗତି ହେବ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ

କର୍କଟ-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଅଧିକ ପଢନ୍ତୁ : ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବେଶ , ସୁନାବେଶରେ ସଜ୍ଜିତ ହେବେ ଚତୁର୍ଦ୍ଧା ମୂରତି

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


କନ୍ୟା-
ବ୍ୟବସାୟରେ କୌଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି କରିବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଜମିଜମା କ୍ଷେତ୍ରରେ ଆଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ବିଛା-
ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଉପରେ ନିର୍ଭର କରିପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ମନ ଲଗାଇ ପାରିବେ ନାହିଁ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରିପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର‌୍ୟ୍ୟକାରୀ ହୋଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ

ମକର-
ବ୍ୟବସାୟ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷା କରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟତ କରିବା ଉଚିତ୍ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-

ବ୍ୟବସାୟୀ ମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀ ମାନେ ଟିକେ ଚିନ୍ତାରେ ରହିବେ । ରାଜନିତିରେ କିଛି ସମସ୍ୟାର ସମ୍ମୁଖିନ ହୋଇ ପାରନ୍ତି । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

Related Topics

Explore more stories

Sponsored
Today's horoscope, luck will change for these zodiac signs from today | Argus News