ଆଜିର ରାଶିଫଳ: ବିପୁଳ ପରିମାଣର ଧନ ପ୍ରାପ୍ତିର ସୁଯୋଗ

Key Points
ମେଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ
ବୃଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ
ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ
ମେଷ-
ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେପାରରେ ପ୍ରଚୁର ଲାଭ ମିଳିବାର ସମ୍ଭାବନା ରହିଛି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁ ସହ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ । କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତା ଦୂରେଇ ଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା-
ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦ୍ୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଯାନବାହନ ଓ ସାମୟିକ ସମସ୍ୟା ଦେଖା ଦେଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ
ମକର-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ପାରିବାରିକ ମାଙ୍ଗଳିକ କାର୍ଯ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ
ମୀନ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ