Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

ଆଜିର ରାଶିଫଳ;ଆର୍ଥକ ସମସ୍ୟାରୁ ମୁକ୍ତି ପାଇବେ ଏହି ରାଶିର ବ୍ୟକ୍ତି

Rashmita Mishra
Browse all articles by Rashmita Mishra
·1 year ago·4 min read
ଆଜିର ରାଶିଫଳ;ଆର୍ଥକ ସମସ୍ୟାରୁ ମୁକ୍ତି ପାଇବେ ଏହି ରାଶିର ବ୍ୟକ୍ତି

Key Points

ବୃଷ ରାଶି ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ

ମେଷ ରାଶି କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ
ମିଥୁନ ରାଶି ପ୍ରେମିକା , ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ମେଷ-
ମିତ୍ରଙ୍କ ଠାରୁ ବହୁତ ସାହାର‌୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ବୃଷ-
ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଅଦଳବଦଳ ହୋଇଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-
ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

କର୍କଟ-
ପ୍ରତ୍ୟେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଚି ଠିକ୍ ହୋଇଯିବ । ପଛ କଥା ନଭାବିବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସି ରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

କନ୍ୟା-
ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ । ଦେହ ଭଲ ରହିଲେ ମଧ୍ୟ ଭ୍ରମଣ ଜନିତ କ୍ଲାନ୍ତିବୋଧ କରିବେ । କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ ପ୍ରତିଯୋଗୀତାରେ ସଫଳତା ଯୋଗୁ ମନ ଖୁସି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

ତୁଳା-
କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ପ୍ରତିଯୋଗିତାରେ ଉର୍ତିର୍ଣ୍ଣ ହୋଇ ନୂତନ କାର‌୍ୟ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ । ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମକର-
ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ଆକସ୍ମିକ ଅନାବଶ୍ୟକ ଖର୍ଚ୍ଚ ପରିମାଣ ହୋଇପାରେ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ମୀନ-
ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ । ପାରିବାରିକ ସମସ୍ୟା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମନ୍ଦିରରେ ଠାକୁରଙ୍କ ପାଖେ ଭୋଗ ଲଗାନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
todays-horoscope-people-of-this-zodiac-sign-will-get-relief-from-financial-problems | Argus News