ଆଜିର ରାଶିଫଳ, ଖୁବ ଶୀଘ୍ର ବଦଳିବ ଏହି ରାଶିର ଭାଗ୍ୟ

୧୦.ଶନିବାର
ମେଷ-
ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । କୈାଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ସ୍ୱାସ୍ଥ୍ୟରେ ଉନ୍ନତି ହେବ । ପୂର୍ବସମସ୍ୟା ସମାଧାନ ହୋଇ ବ୍ୟବସାୟ ବିସ୍ତାର କରିବାକୁ ଯୋଜନା କରି ପାରିବେ ।ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। ସଂଘର୍ଷ କରି ବିଜୟ ଲାଭ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ ସୁଯୋଗ ମିଳିପାରେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଭିନ୍ନ ଅନୁଷ୍ଠାନ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରି ନିଜର ଦକ୍ଷତା ପ୍ରତିପାଦିତ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ସିଂହ-
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ଲାଭଜନକ ହେବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଭୋକିଲା ଲୋକଙ୍କୁ ଖାଇବାକୁ ଦିଅନ୍ତୁ
ଧନୁ-
କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ
ମୀନ-
ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହୀ ଥିଲେ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ସରକାରୀ କ୍ଷେତ୍ରରେ ଲାଭବାନ ହେବେ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ କ୍ଷତିରେ ପଡିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଧର୍ମ ସ୍ଥାନରେ ଡାଲି , ଚାଉଳ ଦିଅନ୍ତୁ