Horoscope: ଆଜିର ରାଶିଫଳ, କଣ କହୁଛି କାହା ଭାଗ୍ୟ?

Key Points
ଜାଣନ୍ତୁ ଆଜିର ରାଶିଫଳ
ବଦଳିଯିବ ଏହି ରାଶିର ଭାଗ୍ୟ
ମେଷ-
ଘରୋଇ ସମସ୍ୟା ସାଙ୍ଗକୁ ବ୍ୟବସାୟରେ ପ୍ରତିବନ୍ଧକଜନିତ ଟେନ୍ସନ ଲାଗି ରହିବ। କର୍ମକ୍ଷେତ୍ରର ଜଣେ ବନ୍ଧୁଙ୍କ ସହାୟତାରେ କାର୍ଯ୍ୟ ହାସଲ କରିବେ। ପୂର୍ବ ସ୍ଥିରୀକୃତ ଯୋଜନା ପ୍ରକାରେ କୌଣସି ନୂତନ କର୍ମାରମ୍ଭ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ -
ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ ଚେଷ୍ଟାକରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଅଫିସରେ ଥିବା ସମୟରେ ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ସହାନୁଭୂତିର ସହ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ମଧ୍ୟ ସୂଚନା ରହିଛି । ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବ ଓ ଅଦାଲତର ରାୟ ସପକ୍ଷରେ ଯିବ। ଶତ୍ରୁଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ନିର୍ବିଘ୍ନରେ ସମ୍ପାଦିତ ହେବ। ଅଫିସ୍ରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆପଣ ଅନ୍ୟମାନଙ୍କ ସାହାଯ୍ୟ ନେଇ ଶତ୍ରୁତା ଓ ସମସ୍ୟାର ଅବସାନ ଘଟାଇବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର୍ୟ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ସିଂହ-
ସମସ୍ୟାବହୁଳ ପରିସ୍ଥିତି ରହିଥିଲେ ମଧ୍ୟ କୌଶଳରେ ସବୁ ସୁଧାରି ନେବେ। ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ ଏବଂ ଆଶାର ଆଲୋକ ନିଶ୍ଚିତ ଦେଖିବେ। ଅଯଥା ତର୍କ ନ କରି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ପାଇ ମନ ସାମୟିକ ହାଲୁକା ହୋଇଯିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ କୌଣସି ଅଜଣା ବ୍ୟକ୍ତିଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି। ବିବାଦୀୟ ଘଟଣାରେ ମଧ୍ୟସ୍ଥତାକରି ଅପମାନିତ ହୋଇପାରନ୍ତି।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍ ଦେଲେ ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୈାଣସି ଉପଚାର କରିନପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଅତ୍ୟଧିକ ଭ୍ରମଣ ଓ କାର୍ୟ୍ୟବ୍ୟସ୍ତତା କାରଣରୁ ଦେହ ସାମାନ୍ୟ ଭଲ ଲାଗି ନ ପାରେ। ପରିସ୍ଥିତି ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି କଥାବାର୍ତ୍ତା କରିବା ଭଲ। ବାକ୍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କାମରେ ତାହା ବାଧକ ହେବ ନାହିଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ସମ୍ପର୍କୀୟମାନଙ୍କ କାର୍ୟ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ। ବନ୍ଧୁ ମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାର ସୁଯୋଗ ଜୁଟିବ। ଆଇନ ଅଦାଲତ, ପ୍ରତିଯୋଗିତା, ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ପାଖପଡ଼ୋଶୀ ସହାୟତା କରିବେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ। ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ମୀନ-
ବନ୍ଧୁମାନେ ଈର୍ଷାପରାୟଣ ହୋଇ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବା କାରଣରୁ କେତେକ କାମ ଅଟକି ରହିଯିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟା ସମାଧାନ କରିବାରେ ସଫଳତା ମିଳିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ