Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଏହି ରାଶିର ବ୍ୟକ୍ତି କମ୍‌ ପରିଶ୍ରମରେ ଅଧିକ ଫଳ ପାଇବେ

Santosh Kumar Sahoo
Browse all articles by Santosh Kumar Sahoo
·7 months ago·3 min read
ଏହି ରାଶିର ବ୍ୟକ୍ତି କମ୍‌ ପରିଶ୍ରମରେ ଅଧିକ ଫଳ ପାଇବେ
Today Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ

ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉତ୍ଥାନ, ପତନରେ ଗତି କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ବୃଷ

ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ-ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ମିଥୁନ

ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ

କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶତ୍ରୁ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ସିଂହ

କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଉତ୍ତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟ କଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ - ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

କନ୍ୟା

ରୋଗୀମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର୍ଯ୍ୟବସ୍ଥା ଅନୁକୂଳ ହେବ । ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ତୁଳା

କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ବିଛା

ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ । ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଧନୁ

ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର

ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚିତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

କୁମ୍ଭ

ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ

ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତ୍ତମ ହେବ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ପଶୁ, ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today’s Horoscope: How Your Day Will Be Based on Your Zodiac Sign | Argus News