Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope Update / ଆଜିର ରାଶିଫଳ: ବିବାଦକୁ ନେଇ ଫସିପାରନ୍ତି ଏହି ରାଶି

Banajyotshna Ray
Browse all articles by Banajyotshna Ray
·9 months ago·3 min read
ଆଜିର ରାଶିଫଳ: ବିବାଦକୁ ନେଇ ଫସିପାରନ୍ତି ଏହି ରାଶି

Key Points

ଜାଣନ୍ତୁ ଆଜିର ରାଶିଫଳ ଖବର

ବଦଳିଯିବ ଏହି ରାଶିର ଭାଗ୍ୟ

ଜାଣି ରଖନ୍ତୁ ସତର୍କ ରୁହନ୍ତୁ

ମେଷ-
କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ


ବୃଷ-
ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରିଯିବ। ଆକସ୍ମିକ ଭାବରେ ଖର୍ଚ୍ଚଭାର ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ସାମ୍ବାଦିକତା ତଥା ସଭାସମିତିରେ ପ୍ରଶଂସିତ ହେବେ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ


ମିଥୁନ-
ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର୍ଯ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ


କର୍କଟ-
ଆର୍ଥିକ ଓ ପାରିବାରିକ ପରିସ୍ଥିତି ଭଲ ରହିବ । ସ୍ୱାସ୍ଥ୍ୟ ସମସ୍ୟା, ଅର୍ଥ ସଙ୍କଟ ଓ ଏକାଧିକ କାମରୁ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି । ନିଜ ଲୋକ ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ


ସିଂହ-
ପାରିବାରିକ ସ୍ଥିତି, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଭୁଲ୍ ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ


କନ୍ୟା-
ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ଅଫିସ୍‌ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-
ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ


ବିଛା-
ଦେହ ପିଡା ହେତୁ ସବୁ କାର‌୍ୟ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ସାମାନ୍ୟ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ


ଧନୁ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ


ମକର-
ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ସମସ୍ୟା ଆସିଲେ ମଧ୍ୟ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ


କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ


ମୀନ-
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଅବହେଳା କରିପାରନ୍ତି। ନିର୍ମାଣାଧୀନ କାମରେ କିଛିଟା ସମସ୍ୟା ଅବଶ୍ୟ ଆସିଲେ ମଧ୍ୟ କିଛି ଅସୁବିଧା ହେବନି। ଜମିରେ ଆଜି ନିବେଶ କରନ୍ତୁ ନାହିଁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ


ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Related Topics

Explore more stories

Sponsored
Horoscope Update | Today’s Horoscope: Fate to Change for These Zodiac Signs | Argus News | Argus News