Videos
|
Horoscope

Horoscope / ଆଜି ଏମାନଙ୍କର ରହିଛି ରାଜଯୋଗ, ଫିଟିବ ଭାଗ୍ୟ

Rashmita Mishra
Browse all articles by Rashmita Mishra
·1 hour ago·3 min read
ଆଜି ଏମାନଙ୍କର ରହିଛି ରାଜଯୋଗ, ଫିଟିବ ଭାଗ୍ୟ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ?
ଜାଣନ୍ତୁ...

ମେଷ

ପ୍ରେମ ସମ୍ପର୍କ ମଜବୁତ ରହିବ । ଭଲ କଥା କହି ବନ୍ଧୁ ମନରେ ବିଶ୍ବାସ ଆଣିବେ । କର୍ମଜୀବୀମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଜମିବାଡି ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ

ଛାତ୍ରଛାତ୍ରୀମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ

ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପଇସାର ଅଭାବ ଦେଖାଯାଇପାରେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଦ୍ୟାର୍ଥୀମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ

ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ - ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ସିଂହ

ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ନିଜର ମୂଲ୍ୟବାନ ବାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା

ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା

ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ । ଆୟ ଅବ୍ୟହତ ହେବ । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା

ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ମହିଳାମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ

ଧନୁ

ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର

କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୌଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ

ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: