Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

Rashmita Mishra
Browse all articles by Rashmita Mishra
·7 months ago·3 min read
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆୟବ୍ୟୟ ସମାନ ପରିମାଣରେ ରହିବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍ ଭାବେ ଚଳାଇନେଇ ପାରିବେନାହିଁ। ଅଟକିଥିବା କାର‌୍ୟ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ପାରିବାରିକ ସମସ୍ୟା ସୁଧାରିନେବା ପାଇଁ ପ୍ରଯତ୍ନ କରି ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହୋଇପାରନ୍ତି। ଆଲୋଚନା ସମୟରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟିହେତୁ ତାହା ମାନସିକ ଅଶାନ୍ତିର କାରଣ ହୋଇପାରେ। କୌଣସି ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର‌୍ୟ୍ୟ ସ୍ଥଗିତ ରହିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-
ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ସାମାଜିକ ସ୍ତରରେ ବିବାଦୀୟ ପରିସ୍ଥିତିରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରିନେବେ। କାର‌୍ୟ୍ୟବ୍ୟସ୍ତତା ଯୋଗୁ ଘରକଥା ବୁଝିବାକୁ ସମୟ ପାଇବେନାହିଁ। କଚେରି ମାମଲା ମନ୍ଥର ହେବା ଯୋଗୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ସାଂସ୍କୃତିକ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ୍ କରିପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା-
ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।ସହକର୍ମୀଙ୍କ ସହିତ ଟଙ୍କାପଇସାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ପରାମର୍ଶ କାମକୁ ଆସିବ। ଜମିଜମା କାରବାରରେ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର-ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ-
ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରାରେ ଉପକୃତ ହେବେ । ପ୍ରେମ ସମ୍ପର୍କକୁ ନେଇ ଚିନ୍ତା ବଢିବ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । କିଛି ନୂଆ କଥା ଶିଖିବାକୁ ସୁଯୋଗ ମିଳିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ଆରୋଗ୍ୟଲାଭ, ପାରିବାରିକ ଶାନ୍ତି ସହ ବ୍ୟବସାୟ ସନ୍ତୋଷଜନକ ରହିବ। ସହକର୍ମୀ କିମ୍ବା ଆମତ୍ୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଅଫିସରଙ୍କ ସମ୍ମୁଖରେ ମନର ଭାବ ପ୍ରକାଶ କରିବାରେ ପଛେଇଯିବେ। ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମ, କ୍ରୀଡ଼ା ଓ ମନୋରଞ୍ଜନ କାର‌୍ୟ୍ୟକ୍ରମରେ ପ୍ରଶଂସା ମିଳିବ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର‌୍ୟ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା ରହିଛି। ଆର୍ଥିକ ସମସ୍ୟା ସୁଧାରିବା ସକାଶେ ବିଭିନ୍ନ ଯୋଜନା କରି ସଫଳତା ପାଇବେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ। ବ୍ୟବସାୟିକ ସଫଳତା ମିଳିବ। କର୍ମକ୍ଷେତ୍ରରେ ଫାଇଲ କାମ ବଢ଼ିଯାଇ ପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today Horoscope | What’s in Your Horoscope Today? Check Your Zodiac Predictions | Argus News