Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଜାଣନ୍ତୁ କେଉଁ ରାଶିକୁ ମିଳିବ କେମିତି ଫଳ...

Rashmita Mishra
Browse all articles by Rashmita Mishra
·7 months ago·3 min read
ଜାଣନ୍ତୁ କେଉଁ ରାଶିକୁ ମିଳିବ କେମିତି ଫଳ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...
ମେଷ-
ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶିକ୍ଷା କ୍ଷେତ୍ରରେ ଛିତ୍ରଛାତ୍ରୀ ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭ୍ରମଣର ସଯୋଗ ପାଇବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ବୃଷ-
ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । କୈାଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ । କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ପରୋକ୍ଷ ଶତୃତା ଦୈନିକ ଜିବନ ଚର‌୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-
ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ତୁଳା-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହିତ ସମୟ ଆନନ୍ଦମୟ ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କଠିନ ଶ୍ରମ ଓ ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । କର୍ମ କ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଗଣମାଧ୍ୟମ କର୍ମଚାରୀଙ୍କ ଲାଗି ଦିନଟି ବହୁତ ଭଲ । ବନ୍ଧୁ ସହ କୌଣସି କଥା ରେ ମତଭେଦ ଦେଖାଦେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ମକର-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଦୂର ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ଦାମ୍ପତ୍ୟ ଜୀବନରେ ମଧୁରତା ବଢିବ । ଭାଇ ଭଉଣୀଙ୍କ ସହ ସମୟ ବିତିବ । ନୂଆ କାମ ଆରମ୍ଭ କରିବା ଯୋଗୁ ଘରଲୋକ ଖୁସି ହେବେ ।ଅଫିସ୍ ରେ ମିଥ୍ୟା ଅଭିଯୋଗ ସମାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Know Which Zodiac Sign Gets What Results | Horoscope Predictions | Argus News