Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / କିଏ ରହିବେ ସତର୍କ, ପଢ଼ନ୍ତୁ ଆଜିର ରାଶିଫଳ...

Rashmita Mishra
Browse all articles by Rashmita Mishra
·7 months ago·4 min read
କିଏ ରହିବେ ସତର୍କ, ପଢ଼ନ୍ତୁ ଆଜିର ରାଶିଫଳ...

Key Points

ଆଜି ଆପଣଙ୍କ ଦିନ କେମିତି କଟିବ ।
କେଉଁ ରାଶିଙ୍କ ପାଇଁ ହେବ ସୌଭାଗ୍ୟର ଦିନ ।
କିଏ ରହିବେ ସତର୍କ । ପଢ଼ନ୍ତୁ ଆଜିର ରାଶିଫଳ...

ମେଷ-
ପରିବାର ଲୋକ ଆପଣଙ୍କର ସବୁ ନିଷ୍ପତ୍ତିରେ ଆପଣଙ୍କ ସହ ରହିବେ। କିଛି ଜରୁରୀ ନିର୍ଣ୍ଣୟ ଆପଣଙ୍କୁ ଲାଭ ଦେଇପାରେ। ଆପଣଙ୍କ ଧ୍ୟ‌ାନ କାମ ସଂପୂର୍ଣ୍ଣ କରିବାରେ ଲାଗି ରହିବ। ଦୀର୍ଘ ଦିନରୁ କରିଆସୁଥିବା ପ୍ରୟାସରେ ସନ୍ତୋଷଜନକ ଫଳ ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ରହିବ। ଜୀବନସାଥୀ ଉପରେ ଭରସା ବଜାୟ ରଖନ୍ତୁ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ‌
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ବୃଷ-
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ମିଥୁନ-
ଉନ୍ନତି ପାଇଁ କୌଣସି ନୂଆ ମାର୍ଗ ନଜର ଆସିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ଆପଣଙ୍କୁ ଶିକ୍ଷକଙ୍କର ପୂରା ସହଯୋଗ ମିଳିବ। ରାଜନୀତିରେ ସଫଳତା ପାଇବେ। ଅଚାନକ ଧନଲାଭ ହେବ। ଆପଣଙ୍କ ସମ୍ମୁଖକୁ କୌଣସି ଆହ୍ବାନ ଆସିବ। କ୍ୟାରିୟର ସମ୍ବନ୍ଧୀୟ ଚୟନ ପାଇଁ ଭଲ ଦିନଟିଏ। ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ନବବିବାହିତ ଦମ୍ପତ୍ତି ବାହାରକୁ ବୁଲି ଯିବେ। ଫାଇନିଆର୍ଟସ ଛାତ୍ରଙ୍କ ଲାଗି ଦିନଟି ଭଲ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ

କର୍କଟ-
କର୍ମ କ୍ଷେତ୍ରରେ ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ସିଂହ-
ଜୀବନସାଥୀଙ୍କୁ କୌଣସି କାମରେ ସଫଳତା ଯୋଗୁଁ ପରିବାରରେ ଖୁସିର ପରିବେଶ ରହିବ। ଛାତ୍ର ମହତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରୀତ କରିବେ। ବ୍ୟବସାୟରେ କାମରେ ଦୂରସ୍ଥାନକୁ ଯିବେ।
ମହିଳାମାନଙ୍କ ପାଇଁ ଦିନଟି ଆରାମଦାୟକ ରହିବ। ବହୁରାଷ୍ଟ୍ରିୟ କଂପାନିରୁ ଚାକିରି ପାଇଁ କୋଲ୍ ଆସିପାରେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ

କନ୍ୟା-
ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ନିଜର ସାଧ୍ୟ ମତେ କିଛି ସାହାର‌୍ୟ୍ୟ , ସହଯୋଗ କରନ୍ତୁ

ତୁଳା-
କୌଣସି ବିଶେଷ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ। ଆପଣଙ୍କୁ ରୋଜଗାରର ଉଚିତ ଅବସର ପ୍ରାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯିବେ। ଛାତ୍ରଙ୍କୁ ଲାଗି ଦିନଟି ଭଲ।ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ। ଗୃହିଣୀମାନେ ପିଠାପଣା ତିଆରି କରି ଜୀବନସାଥୀଙ୍କୁ ଖୁଆଇବେ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ

ବିଛା-
ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-
ଆପଣଙ୍କର ସବୁ କାମ ସହଜରେ ହୋଇଯିବ। ବ୍ୟବସାୟ କାମରେ ବନ୍ଧୁ ସହିତ ବାହାରକୁ ଯି‌ବେ। ଦାମ୍ପତ୍ୟ ଜୀବନ ବହୁତ ଭଲ ରହିବ। ‌ କରିଆସୁଥିବା କାମରେ ଯଥେଷ୍ଟ ଲାଭ ପାଇବେ। ଜୀବନରେ ଲୋକମାନଙ୍କର ସହଯୋଗ ପାଇବେ। କିଛି ନୂଆ ବନ୍ଧୁ ବନାଇବାର ସମ୍ଭାବନା। ଛାତ୍ରମାନେ ଏକାନ୍ତ ଜାଗାରେ ଅଧ୍ୟୟନ କରନ୍ତୁ।‌
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଜୋର୍ କରି ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପ୍ରତିଦିନ ସକାଳୁ କିଛି ଖାଦ୍ୟ କାଉ ମାନଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ପୂର୍ବ କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ଘରକୁ ଅଚାନକ କୌଣସି ବନ୍ଧୁ ଆସିବେ। ଆପଣଙ୍କର ସବୁ ସମସ୍ୟାର ସମାଧାନ ବାହାରିବ। ଆମଦାନିରେ ବୃଦ୍ଧି ହେବାର ସମ୍ଭାବନା। ବ୍ୟବସାୟରେ ଅଚାନକ ଧନଲାଭ ହେବ। ଗରିବ ଲୋକଙ୍କୁ ସାହାଯ୍ୟ କରିବେ। କାମ କରିବା ପୂର୍ବରୁ ବାପା ମାଆଙ୍କର ଆଶୀର୍ବାଦ ନିଅନ୍ତୁ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନ ପ୍ରାପ୍ତ ହେବ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-
ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ରାଜନୀତିରେ ଚାପରେ ଗତିକରିବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମନ୍ଦିରରେ ଠାକୁରଙ୍କ ପାଖେ ଭୋଗ ଲଗାନ୍ତୁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope | Who Should Stay Alert Today? Read Your Daily Horoscope | Today’s Astrology Predictions | Argus News