Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Today Horoscope / ଜାଣନ୍ତୁ ବ୍ୟବସାୟରେ ମିଳିବକି ଆପଣଙ୍କୁ ଲାଭ ?

Rashmita Mishra
Browse all articles by Rashmita Mishra
·7 months ago·4 min read
ଜାଣନ୍ତୁ ବ୍ୟବସାୟରେ ମିଳିବକି ଆପଣଙ୍କୁ ଲାଭ ?

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ପ୍ରେମ ସମ୍ପର୍କ ମଜବୁତ ରହିବ । ଭଲ କଥା କହି ବନ୍ଧୁ ମନରେ ବିସ୍ୱାସ ଆଣିବେ । କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ଜମିବାଡି ସମ୍ପର୍କୀୟ ବିବାଦରୁ ମୁକ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ବୃଷ-
ଛାତ୍ରଛାତ୍ରୀ ମାନେ କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଚାକିରୀ ଆଦି କର୍ମକ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ । କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ପଇସାର ଅଭାବ ଦେଖାଯାଇପାରେ ଜ୍ଝ ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ସିଂହ-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ

ଧନୁ-
ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀ ମାନେ ପଢାପଢିରେ ଉନ୍ନତି କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି । ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅଫିସରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । କଚେରି ମାମଲା ମନ୍ଥର ହୋଇପାରେ । ସମ୍ପତି ବୃଦ୍ଧି ହୋଇପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ମୀନ-
ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା ଏବଂ ଅତ୍ୟଧିକ ନିଦ ଆସିପାରେ । ବିବାଦ ଧୀରେ ଧୀରେ ସୁଧୁରିବା ଫଳରେ ଦାମ୍ପତ୍ୟ ଜୀବନରେ ସୁଖ ପାଇବେ । କାର‌୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ସଭାସମିତିରେ ସୀମାରେ ନରହିଲେ ଆଗକୁ ଅସୁବିଧାର ସାମ୍ନା କରିବାକୁ ପଡିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ସୂର‌୍ୟ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today Horoscope | Will You Gain Profit in Business? Know What Fate Says About Your Success | Argus News