|
logo
Live

Argus News - ଆଜିର ରାଶିଫଳ: ସତର୍କ ରୁହନ୍ତୁ ନଚେତ୍‌...

Horoscope

ଆଜିର ରାଶିଫଳ: ସତର୍କ ରୁହନ୍ତୁ ନଚେତ୍‌...

Banajyotshna Ray
Browse all articles by Banajyotshna Ray
·12 months ago·3 min read
ଆଜିର ରାଶିଫଳ: ସତର୍କ ରୁହନ୍ତୁ ନଚେତ୍‌...

ମେଷ-
ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ -
ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ ଚେଷ୍ଟାକରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଅଫିସରେ ଥିବା ସମୟରେ ଅସମର୍ଥିତ ସୂତ୍ରରୁ କୌଣସି ଶୁଭ ଖବର ଶୁଣି ଖୁସି ହେବେ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମିଥୁନ-
ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ନିର୍ବିଘ୍ନରେ ସମ୍ପାଦିତ ହେବ। ଅଫିସ୍ରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆପଣ ଅନ୍ୟମାନଙ୍କ ସାହାଯ୍ୟ ନେଇ ଶତ୍ରୁତା ଓ ସମସ୍ୟାର ଅବସାନ ଘଟାଇବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣ ଓ କାର‌୍ୟ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-
ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ମହିଳା ମାନେ କଠିନ ପରିଶ୍ରମ କରିବେ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଆପଣଙ୍କ କାମର ଦାୟିତ୍ୱ ନେଇଥିବା ବନ୍ଧୁମାନେ କାର‌୍ୟ୍ୟ ସମ୍ପନ୍ନ କରିବାରେ ହେଳା କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

କନ୍ୟା-
କର୍ମକ୍ଷେତ୍ରରେ କୌଣସି ଅଜଣା ବ୍ୟକ୍ତିଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବା ସମ୍ଭାବନା ରହିଛି। ବିବାଦୀୟ ଘଟଣାରେ ମଧ୍ୟସ୍ଥତାକରି ଅପମାନିତ ହୋଇପାରନ୍ତି।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ତୁଳା-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ବିଛା-

ଅତ୍ୟଧିକ ଭ୍ରମଣ ଓ କାର‌୍ୟ୍ୟବ୍ୟସ୍ତତା କାରଣରୁ ଦେହ ସାମାନ୍ୟ ଭଲ ଲାଗି ନ ପାରେ। ପରିସ୍ଥିତି ଦୃଷ୍ଟିରୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି କଥାବାର୍ତ୍ତା କରିବା ଭଲ। ବାକ୍ ଅସଂଯମ ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ କାମରେ ତାହା ବାଧକ ହେବ ନାହିଁ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-
ସୁଖ, ସମୃଦ୍ଧି ବଢିବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ । ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ନିଜ ଲୋକଙ୍କୁ ମନେଇ କାମ ହାସଲ କରିବାର ସୁଯୋଗ ଜୁଟିବ। ଆଇନ ଅଦାଲତ, ପ୍ରତିଯୋଗିତା, ଶିଳ୍ପ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ପାଖପଡ଼ୋଶୀ ସହାୟତା କରିବେ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-
ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ , ବର୍ଗଙ୍କ ସହିତ ସଂପର୍କ ମଜବୁତ୍ ରହିବ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ମୀନ-
ବନ୍ଧୁମାନେ ଈର୍ଷାପରାୟଣ ହୋଇ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବା କାରଣରୁ କେତେକ କାମ ଅଟକି ରହିଯିବ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ସମସ୍ୟା ସମାଧାନ କରିବାରେ ସଫଳତା ମିଳିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ


ଅଧିକ ପଢ଼ନ୍ତୁ ରାଶିଫଳ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜିର ରାଶିଫଳ: ସତର୍କ ରୁହନ୍ତୁ ନଚେତ୍‌... | Argus News