Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଆଜିର ରାଶିଫଳ; ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା

Sushanta Sahoo
Browse all articles by Sushanta Sahoo
·5 months ago·3 min read
ଆଜିର ରାଶିଫଳ; ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା
Zodiac Sign Predictions: What Today Holds for You

Key Points

ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି ।
ମେଷ-
କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ନୂତନ କାର୍ଯ୍ୟ ଆରମ୍ଭ କରିବେ । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀନ୍ନ ହେବେ । ନୂତନ ଯାନ ବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା- ୯
ପ୍ରତିକାର- ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ବୃଷ-

ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥୀମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନ ବାହନ କ୍ରୟ କରିବାର ସୁବିଧା ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ମିଥୁନ-

କର୍ମକ୍ଷେତ୍ରରେ ଅବ୍ୟବସ୍ଥା ହେତୁ ପରିବାରରେ ଅଶାନ୍ତି ଉପୁଜିବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ । ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶ୍ରୀ ଗଣେଶଙ୍କର ପୂଜା କରନ୍ତୁ

ସିଂହ-

କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମ ଗୁଡ଼ିକ ସମ୍ପୂର୍ଣ୍ଣ ହୋଇଯିବ । ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଯଥା ସମୟରେ ସବୁ କିଛି ଠିକ୍ ହୋଇଯିବ । ପ୍ରେମୀ ଯୁଗଳଙ୍କ ସମ୍ପର୍କ ମଧୁର ରହିବ । ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ । ଯାନବାହାନ ସତର୍କତା ସହ ଚଲାନ୍ତୁ ନଚେତ୍ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଫଟୋକୁ ପୂଜା କରନ୍ତୁ

କନ୍ୟା-

ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ବ୍ୟବସାୟରେ ବୁଝି ବିଚାରି ଭାଗିଦାରୀ କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ । ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ । କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ଵନ୍ଦ୍ଵୀତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
ଦେହ ଭଲ ରହିଲେ ମଧ୍ୟ ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିବେ । କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି । ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରି ଦେବ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ଚାକିରିଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପର୍ଶୁରାମଙ୍କ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ପାରସ୍ପରିକ ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ । ପଡ଼ୋଶୀମାନଙ୍କ ସହାୟତାରେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତ୍ତ ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଧନୁ-
ଅଫିସର ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିବେ । ତରବରିଆ ପଦକ୍ଷେପ ନେଲେ ଅସୁବିଧା ଦେଖାଦେଇପାରେ । ରାଜନୀତିରେ ଲୋକ ସମର୍ଥନ ରହିବା ଯୋଗୁ ଆଗେଇ ଯାଇପାରନ୍ତି । ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-

ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ରହିବ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

କୁମ୍ଭ-
ପାରିବାରିକ ସ୍ଥିତିରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ପୂରଣ ହୋଇଯିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ବାଣିଜ୍ୟ, କାରବାର ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ । ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-
ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କଥା କହି ନ ପାରେ । କର୍ମକ୍ଷେତ୍ରରେ ଛୋଟ କଥାରୁ ସମାଲୋଚିତ ହୋଇପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Today’s Horoscope: Zodiac Predictions for All Signs | Argus News | Argus News