Horoscope / ଅର୍ଥଲାଭ-ସୁସମ୍ବାଦ ପାଇବେ ଏହି ରାଶି, ସ୍ଵାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ ଏମାନେ

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ୟ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ
ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯
ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ବ୍ୟପାର ବୃର୍ତିରେ ପ୍ରଗତି ହେବ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ-
ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର-ସୂର୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ
ଧନୁ-
ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ୟ୍ୟକାରୀ ହୋଇପାରେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର-
ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍ କମିଯିବ। ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ
📱 Get Argus News App
✨Related Topics
Explore more stories