Horoscope / ଏହି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିବ କୁପ୍ରଭାବ !

Key Points
ମେଷ: ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ବୃଷ: ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମିଥୁନ: ମା' ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
ମେଷ-
ଟନସିଲର ବୃଦ୍ଧି ଇତ୍ୟାଦି ସମସ୍ୟା ମଧ୍ୟ ହୋଇପାରେ । ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ବୃଷ-
ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ ଜୀବନରେ ସୁଖ ରହିବ ଏବଂ କିଛି ଶୁଭ କାର୍ୟ୍ୟ ସମାପ୍ତ ହେବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ କୃତକାର୍ଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ବିଛା-
ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ମହିଳା ମାନେ ସଜବାଜରେ ଦିନ କଟିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ
ଧନୁ-
ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ ଦିନଟି ଭଲ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କୁମ୍ଭ-
ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ମହିଳା ମାନଙ୍କ ପାଇଁ ଦିନଟି ଶୁଭ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ
ମୀନ-
ପିତାମାତାଙ୍କ ସାହାର୍ଯ୍ୟ ଓ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
📱 Get Argus News App
✨Related Topics
Explore more stories