Horoscope / ଏହି ରାଶିଙ୍କ କ୍ୟାରିଅର ଓ ବ୍ୟବସାୟରେ ହେବ ଉନ୍ନତି

Key Points
ଜାଣନ୍ତୁ ଆଜିର ରାଶିଫଳ ଖବର
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ
ମେଷ-
ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ କରିବେ । ପରିବହନରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ଠାରୁ ସହାୟତା ନେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଗୁରୁଜନ ମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ଆକସ୍ମିକଭାବରେ ଜଣେ ବନ୍ଧୁ ହଠାତ୍ ଖୁସିଖବର ସାଙ୍ଗକୁ କିଛି ଅର୍ଥ ଦେଇଯିବେ। ସତର୍କତା ଅବଲମ୍ବନ ନ କଲେ କୌଣସି ଭୁଲ୍ କାମରେ ଫଶିଯିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ମିଥୁନ-
ପରିବାରରେ ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଖେଳାଳୀ ମାନେଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ସପକ୍ଷରେ ଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
କର୍ମକ୍ଷେତ୍ର କିମ୍ବା ଘରୋଇ କ୍ଷେତ୍ରରେ ଅନ୍ୟମାନଙ୍କ ପ୍ରରୋଚନାରେ ଭୁଲ୍ ନିଷ୍ପତ୍ତି ନେଇପାରନ୍ତି। ଆଜି ପ୍ରତ୍ୟେକ କାମରେ କିଛି ନା କିଛି ସମସ୍ୟା ଲାଗି ରହିବ। ନିକଟ ସମ୍ପର୍କୀୟମାନଙ୍କ ଆଶ୍ୱାସନାମୂଳକ କଥାରେ ଅଶାନ୍ତ ମନରେ ସ୍ଥିରତା ଆସିପାରେ। ପ୍ରଶାସନିକ ସ୍ତରରେ କିମ୍ବା ବିବାଦୀୟ ଘଟଣାର ଅବସାନ ଘଟିବା ଆଶା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ସିଂହ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବନରେ ସୁଧାର ଆଣିବେ । ଜୀବନରେ ନୂଆ ସଙ୍କେତ ମିଳିପାରେ । ବିଦ୍ୟାର୍ଥୀ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାର୍ଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ ପ୍ରକୃତ ଆନନ୍ଦକୁ ଉପଭୋଗ କରିପାରିବେ ନାହିଁ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖଦେବ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣାକୁ ଦୂରେଇନେବା ପାଇଁ ଚେଷ୍ଟାକରିବା ଭଲ। ସାହିତ୍ୟ, ସାମ୍ବାଦିକତା, ଗବେଷଣା ଓ ଅନୁସନ୍ଧାନ କ୍ଷେତ୍ରରୁ ସୁଫଳ ମିଳିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା-
କୌଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଆଧ୍ୟାତ୍ମିକ , ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ରାଜନୀତିରେ କ୍ଷେତ୍ରରେ ବହୁତ୍ ଉପରକୁ ଯାଇ ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଭଲ ସମ୍ପର୍କ ନ ଥିବା ଲୋକଙ୍କ କପଟ କଥାରେ ପାରିବାରିକ ସମସ୍ୟା ସୃଷ୍ଟିହେବ। ବିରକ୍ତ ମନର ଅପ୍ରିୟ ସତ୍ୟ କଥା ସହକର୍ମୀଙ୍କ ମନରେ ଆଘାତ ସୃଷ୍ଟିକରିବ। କର୍ମକ୍ଷେତ୍ରରେ ଦୂରଦର୍ଶିତାପୂର୍ବକ କାର୍ୟ୍ୟ ସମ୍ପାଦନ ବନ୍ଧୁଗହଣରେ ପ୍ରଶଂସାର ଦ୍ୟୋତକ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷେପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀ ମାନେ ବିରୋଧ କରିପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ଆଗକୁ ଯିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ମାନସିକ ଉତ୍ତେଜନା ସହ ଭାବପ୍ରବଣତା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ ଓ ସଭାସମିତିରେ କାମଗୁଡିକ ଶୃଙ୍ଖଳିତ ହେବ। ପଡ଼ୋଶୀମାନେ ଆପଣଙ୍କ କାର୍ୟ୍ୟଦକ୍ଷତାର ଭୂରି ଭୂରି ପ୍ରଶଂସା କରିପାରନ୍ତି। ଫେରନ୍ତା ବାଟରେ କୌଣସି ଅଜଣା ବ୍ୟକ୍ତିଙ୍କ ସହ ବିତର୍କର ସୂଚନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମ୍ନା କରିବାକୁ ପଡିପାରେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ଗଣ ମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ସହକର୍ମୀ ବିରୁଦ୍ଧାଚରଣ କରିବା ସୂଚନା ପରୋକ୍ଷରେ ଅନୁଭବକରିବେ। ନୂତନ ପ୍ରକଳ୍ପ କାର୍ୟ୍ୟ, ପର୍ୟ୍ୟଟନ, ଶେୟାର ବଜାର ଦିଗରୁ ସୁଫଳ ପାଇବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, କଳା, ସଙ୍ଗୀତ, ଗବେଷଣା ଓ ଅନୁସନ୍ଧାନରେ ସଫଳତା ମିଳିବ। ଯାତ୍ରା ସମୟରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
📱 Get Argus News App
✨Related Topics
Explore more stories