Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶିଧାରୀ ମାନଙ୍କର ଲାଗି ରହିବ ଥଣ୍ଡା,ଜ୍ଵର

Rashmita Mishra
Browse all articles by Rashmita Mishra
·5 months ago·4 min read
ଏହି ରାଶିଧାରୀ ମାନଙ୍କର ଲାଗି ରହିବ ଥଣ୍ଡା,ଜ୍ଵର
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
କ'ଣ ରହିଛି ଆଜି ଆପଣଙ୍କ ରାଶିରେ ? ଜାଣନ୍ତୁ...

ମେଷ-
ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ବିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।
କୋର୍ଟରେ ଶୁଭ ଫଳ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ବୃଷ-
କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ । କଳକାରଖାନା ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ମିଥୁନ-
ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସମ୍ପତ୍ତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ । କଚେରି ମାମଲା କାରଣରୁ ଉଦ୍‌ବେଗ ବୃଦ୍ଧି ପାଇବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ଅସାବଧାନତା କାରଣରୁ ଦୁର୍ଘଟଣା ଗସ୍ତ ହୋଇପାରନ୍ତି । ଧନ ସମ୍ପତ୍ତି ବୃଦ୍ଧି ହୋଇପାରେ। ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ। ମନ ବୁଝିବା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ପରିବାରରେ ହସଖୁ୍‌ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତ୍ତି ଓ ମାନ୍ୟତା ଅର୍ଜନ କରିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ୍‌ ରହିବ । ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ। କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ

ବିଛା-
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କାରବାର ବିସ୍ତାର କରିବା ପାଇଁ ଅଧିକ ପରିଶ୍ରମ କରିବାକୁ ପଡିବ । ବ୍ୟବସାୟରେ ନୂଆ ଯୋଜନା କରିବେ। କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ ଓ ସଂଘର୍ଷ କରିବାକୁ ପଡିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ

ମକର-
ବାରମ୍ବାର କାମରେ ପରିବର୍ତ୍ତନ ମନରେ ଚିନ୍ତା ସୃଷ୍ଟି କରିବ । ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ। ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ପଡୋଶୀଙ୍କ ସହ ଦିବାଦ ଦେଖା ଦେଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ଅଫିସ୍‌ରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ

ମୀନ-
ବଡ ବ୍ୟବସାୟୀଙ୍କ ସହିତ ହାତ ମିଶାଇବେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିପାରେ । ବ୍ୟବସାୟରେ ଲାଭାଂଶ କମାଇବେ । ପ୍ରଶାସନିକ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିପାରେ । ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs May Suffer From Cold and Fever Today | Argus News