Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଏହି ରାଶି ମାନଙ୍କର ଖୋଲିବ ଭାଗ୍ୟ

Rashmita Mishra
Browse all articles by Rashmita Mishra
·4 months ago·3 min read
ଏହି ରାଶି ମାନଙ୍କର ଖୋଲିବ ଭାଗ୍ୟ
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ବ୍ୟବସାୟ, ବାଣିଜ୍ୟ, ଯୋଗାଯୋଗ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ବୃଷ-
ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚର‌୍ୟ୍ୟ କରି ଦେବେ ଜ୍ଝ ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ସ୍ବାସ୍ଥ୍ୟ ସମସ୍ୟାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-
ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଯୋଗଦାନ କରିବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
ପ୍ରତ୍ୟେକ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର‌୍ୟ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ୍ ହେବେ। ବନ୍ଧୁଙ୍କ ସାହାଯ୍ୟରୁ ବିଳମ୍ବରେ ହାତକୁ ନେଇଥିବା କାର‌୍ୟ୍ୟ ହାସଲରେ ସମର୍ଥ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

କନ୍ୟା-
ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳି ଅନୁଭବ କରିବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
ବିରକ୍ତ ହେବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଆମତ୍ୀୟଙ୍କ ସହାୟତାରେ ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ।ଧାତୁ ଅଳଙ୍କାରାଦି କ୍ରୟ କରିବା ଯୋଗ ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶିବଙ୍କର ଦର୍ଶନ କରନ୍ତୁ

ବିଛା-
ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-
ବନ୍ଧୁଙ୍କ ସମ୍ମୁଖରେ ପ୍ରକୃତ ସତ୍ୟ ପ୍ରକାଶକରି ସମସ୍ୟା ସମାଧାନ କରିବେ।ପଡ଼ୋଶୀ ପରୋକ୍ଷ ଶତ୍ରୁତା କରିପାରନ୍ତି। ଦୂରଯାତ୍ରା ସମୟରେ ଯାନବାହନରେ ସତର୍କତା ରକ୍ଷାକରନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ଏବଂ ଋଣ ପରିଶୋଧ କରିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । ଖବରଦାତା, ଆୟନଜ୍ଞ ମାନେ ବିଶେଷ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ବହୁ ଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ପଡ଼ୋଶୀଙ୍କ ମାଧ୍ୟମରେ ସୁବିଧାରେ ପାଇଯିବେ।ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପରୋକ୍ଷ ଶତ୍ରୁତାରୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ। ଆଜିର ଯାତ୍ରା ସଫଳ ହେବ ଓ ଆଶା ପୂରଣ ହେବା ସୂଚନା ରହିଛି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ମୀନ-
ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯିବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | Luck Favors These Zodiac Signs Today | Argus News