Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସରକାରୀ ଚାକିରି

Horoscope

Horoscope / ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସରକାରୀ ଚାକିରି

Rashmita Mishra
Browse all articles by Rashmita Mishra
·2 hours ago·3 min read
ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସରକାରୀ ଚାକିରି
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ 

ମେଷ-
ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଆତ୍ମୀୟସ୍ବଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ କାର‌୍ୟ୍ୟସିଦ୍ଧି ଅବଶ୍ୟ ଘଟିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ବୃଷ-
ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-
ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଭୁଲ୍ ନିଷ୍ପତ୍ତି ନେଇ ସମାଲୋଚିତ ହେବା ସାଙ୍ଗକୁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ

କର୍କଟ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ-
ବନ୍ଧୁ ପରିଜନଙ୍କ ଆଦରବୋଳା କଥାରେ ମନ ଚହଲି ଯାଇପାରେ। ବିଭିନ୍ନ ସୁବିଧା ସୁଯୋଗ ଲାଭକରି ଖୁସିରେ ସମୟ କାଟିବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ । ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ

ତୁଳା-
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ମନ ଆଧ୍ୟାତ୍ମିକତା ପ୍ରତି ଅଧିକ ରହିବ । ମାଲିମକଦ୍ଦମାରେ କାର‌୍ୟ୍ୟ ହାସଲ ସକାଶେ ନୂଆ ଚିନ୍ତା କରିପାରନ୍ତି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବିଛା-
ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଧନୁ-
ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସମସ୍ୟା ସୃଷ୍ଟିକାରୀଙ୍କ ସକ୍ରିୟତା ବୃଦ୍ଧି ପାଇବ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ଆପଣଙ୍କୁ ସାହାଯ୍ୟ କରିବ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-
ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ବ୍ୟବସାୟ, ପରିବହନ, ଯାତ୍ରା, ସଭାସମିତି କ୍ଷେତ୍ରର ଅସ୍ଥିରତା ଦୂରେଇଯିବ। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored