Videos
|
Horoscope

Horoscope / ଏହି ରାଶିମାନେ କାର୍ଯ୍ୟକ୍ଷେତ୍ରରେ ଆଗକୁ ଯିବେ, ମିଳିବ ବଡ଼ ସଫଳତା

Rashmita Mishra
Browse all articles by Rashmita Mishra
·49 mins ago·3 min read
ଏହି ରାଶିମାନେ କାର୍ଯ୍ୟକ୍ଷେତ୍ରରେ ଆଗକୁ ଯିବେ, ମିଳିବ ବଡ଼ ସଫଳତା
Horoscope

Key Points

ଆଜିର ରାଶିଫଳରେ ବଡ଼ ସଙ୍କେତ
ସଫଳତା ମିଳିବ, କିନ୍ତୁ ବିବାଦରୁ ରୁହନ୍ତୁ ଦୂରେ
କାର୍ଯ୍ୟକ୍ଷେତ୍ରରେ ହୋଇପାରେ ସମସ୍ୟା
ମେଷ
ନୂଆ, ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗିରହିବ। ଗତକାଲିଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ । ଲେଖା ପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ବୃଷ
ସହକର୍ମୀମାନେ ଜାଣିଶୁଣି ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତି ହେବେ ଏବଂ ସଫଳତା ଅବଶ୍ୟ ପାଇବେ । ପାରିବାରିକ ଦ୍ୱନ୍ଦ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍ ହେବନି । ପାଖରେ ନ ଥିବା ଜିନିଷଟି ପାଇବା ସକାଶେ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢିପାରେ ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ

ମିଥୁନ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ମନରେ ଭାବାନ୍ତର ସୃଷ୍ଟି କରିବ । ଦୁର୍ବଳତାରୁ ସ୍ବାସ୍ଥ୍ୟ ବିଗିଡ଼ିପାରେ କିନ୍ତୁ ବିଶେଷ ଅସୁବିଧା ହେବନାହିଁ । ବନ୍ଧୁଙ୍କ ସହାୟତାରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃପ୍ରତିଷ୍ଠିତ ହେବେ । ଟେନସନ୍ ଲାଗି ରହିପାରେ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କର୍କଟ
ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାହାର୍ଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ । ଅଟକି ରହିଥିବା ନିର୍ମାଣଧୀନ କାମଟିକୁ ଅରମ୍ଭ କରିବାକୁ ମନ ବଳାଇ ଖୁସି ହେବେ । କଚେରି ମାମଲାରେ ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ
ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଏକାଧାରାରେ ଅର୍ଥ, ସମ୍ମାନ ବିଭିନ୍ନ କ୍ଷେତ୍ରରୁ ଲାଭ କରିବାର ସୁଯୋଗ ପାଇବେ । ବନ୍ଧୁ ମିଳନ ସଙ୍ଗକୁ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନାଦି ମଧ୍ୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।
ଶୁଭ ରଙ୍ଗ- ନାରଙ୍ଗୀ
ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା
କଠିନ ପରିଶ୍ରମ ଦେହଟା ଟିକିଏ ଭଲ ଲାଗି ନ ପାରେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ । ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ ।
ଶୁଭ ରଙ୍ଗ- ସବୁଜ
ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା
ଘର ସକାଶେ, ଜମିଜମା କ୍ରୟ ହେତୁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । କ୍ରୀଡ଼ା, ସଙ୍ଗୀତ, କଳା କିମ୍ବା ସାହିତ୍ୟ ଚର୍ଚ୍ଚାଦିରେ ସଫଳତା ପାଇପାରିବେ । ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ଶୁଭ ରଙ୍ଗ- ଧଳା
ଶୁଭ ସଂଖ୍ୟା- ୬
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା
ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ । କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ । ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ ।
ଶୁଭ ରଙ୍ଗ- ଲାଲ୍
ଶୁଭ ସଂଖ୍ୟା -୯
ପ୍ରତିକାର- ପାଣିରେ ଲୁଣ ମିଶାଇ ଘରକୁ ପୋଛନ୍ତୁ

ଧନୁ
ଆଶା ଓ ଅଭିଳାଷ ପୂରଣ ହେବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ଖୁସି ହେବେ । ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟରେ ଲାଭ ଆଶାନୁରୂପ ପାଇପାରିବେ । ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଳ ପାଇବେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ

ମକର
ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ । ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ
ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍ ବୁଝାମଣା ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯାଇପାରେ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।
ଶୁଭ ରଙ୍ଗ- ନୀଳ
ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ
ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ । ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ଭଲ ରହିବ । ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି । କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ ।
ଶୁଭ ରଙ୍ଗ- ହଳଦିଆ
ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored