Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ ନଚେତ୍ ...

Horoscope

Horoscope / ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ ନଚେତ୍ ...

Rashmita Mishra
Browse all articles by Rashmita Mishra
·54 mins ago·3 min read
ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ ନଚେତ୍ ...
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ?
ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ
ପଢନ୍ତୁ ଆଜିର ରାଶିଫଳ

ମେଷ-
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-
ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବ୍ୟବସାୟରେ କୈାଣସି ପରିସି୍ଥତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ । ଚେଷ୍ଟା କରିଲେ ଅନ୍ୟକୁ ଦେଇଥିବା ଧନ ମିଳିପାରିବ । ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-
ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ସହନଶୀଳତା ଯୋଗେଁ ପ୍ରଂଶସା ମିଳିବ
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

କନ୍ୟା-
ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବେ ଓ ସୁନାମ ଅର୍ଜନ କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ତୁଳା-
ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ବିଛା-
ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-
ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ ।
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ମକର-
ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ। ପ୍ରଭାବଶାଳୀ ବ୍ୟକ୍ତି ମାନଙ୍କ ଦ୍ୱାରା ଅଭିଳାଷ ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । ଚାକିରିଆ ବ୍ୟକ୍ତି ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-
ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-
ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବା ସହ ସୁଯୋଗ ହାତଛଡା ହେବାର ନାହିଁ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖ ସମ୍ପତି ଲାଭ ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs Should Stay Alert While Stepping Out Today | Argus News