Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Horoscope

Horoscope / ଅର୍ଥଲାଭ ସହ ସୁସମ୍ବାଦ ପାଇବେ ଏହି ରାଶି

Rashmita Mishra
Browse all articles by Rashmita Mishra
·3 months ago·3 min read
ଅର୍ଥଲାଭ ସହ ସୁସମ୍ବାଦ ପାଇବେ ଏହି ରାଶି
Horoscope

Key Points

ଆଜି କେମିତି କଟିବ ଆପଣଙ୍କ ଦିନ ? 
ଜାଣନ୍ତୁ ଆଜିର ରାଶିଫଳ ଖବର 

ବାହାରକୁ ବାହାରିବା ସମୟରେ ରୁହନ୍ତୁ ସତର୍କ

ମେଷ-
ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୈାଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ବୃଷ-
ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମ ଜୀବନ ଭଲ ରହିବ।ଅଫିସ କାମରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ତର୍କ, ଆଲୋଚନା, ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ପାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।
ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

କର୍କଟ-
ଅଫିସରେ କାମର ବୋଝ ବଢ଼ିପାରେ। ପାରିବାରିକ କାମ ସଂପୂର୍ଣ୍ଣ କରିବାରେ ପରିବାର ଲୋକଙ୍କ ସହଯୋଗ ପାଇବେ। ଆପଣଙ୍କୁ ଲାଭର ଅବସର ମିଳିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। କର୍ମକ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସା ପାଇବେ କିନ୍ତୁ ପୂର୍ବପ୍ରସ୍ତୁତିରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇବେ । କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କନ୍ୟା-
ବ୍ୟବସାୟୀଙ୍କୁ ଧନଲାଭ ହେବ। ସିଭିଲ୍ ଇଂଜିନିୟରଙ୍କୁ କୌଣସି ବଡ଼ ଉଦ୍ୟୋଗରେ ଚାକିରି ପାଇଁ ଡ଼ାକରା ଆସିପାରେ। ଶତ୍ରୁ ଦବି ରହିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ବିଛା-
ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ କରିବାକୁ ଭାବୁଥିଲେ ତାହା ପୂରା ହୋଇଯିବ। ଓକିଲଙ୍କ ଲାଗି ଦିନଟି ବହୁତ ଭଲ। ବ୍ୟବସାୟରେ ଆପଣଙ୍କୁ ଲାଭ ମିଳିପାରେ। ଘର ସଜାଇବା କାମ କରାଇବେ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଧନୁ-
ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ରାଜନୀତିରେ ନୂତନ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ମକର-
କଳାତ୍ମକ କାର‌୍ୟ୍ୟରେ ରୁଚି ବଢ଼ିବ। କୌଣସି କାମରେ ଜୀବନସାଥୀର ସହଯୋଗ ପାଇବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ସୁଯୋଗ ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ସ୍ମରଣୀୟ। ଅପେକ୍ଷା କରିଥିବା ଲୋକଟିର ଦେଖା ନ ପାଇବାରୁ ବିରକ୍ତି ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

କୁମ୍ଭ-
କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଫିସ୍‌ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ମୀନ-
କୌଣସି କାମରେ ଅଧିକ ଯାତୟାତ କରିବାକୁ ପଡ଼ିପାରେ। ଆପଣଙ୍କର ସବୁ ଅଶାନ୍ତି ଦୂର ହେବ। ରାଜନୀତିରେ ସଫଳତା ପାଇବେ। କାହାରିକୁ ଧାର ଦେଲେ ଆର୍ଥିକ ସ୍ଥିତି ଦୁର୍ବଳ ହେବ। ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Horoscope | These Zodiac Signs Will Gain Wealth and Receive Good News Soon | Argus News