Videos
|
International

ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ

Smruti Parija
Browse all articles by Smruti Parija
·1 year ago
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ

ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାରେ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ନ୍ୟୁୟର୍କର ଲଙ୍ଗ୍ ଆଇଲାଣ୍ଡର ନସାଉ କଲେଜିୟମରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ସ୍ଥାନ ପାଇଛି ବିଶ୍ବ ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଗତ ପାଇଁ କଳାକାର ମାନେ ଏହି ନୃତ୍ୟ ପରିବେଷଣ କରିବେ ଯେଉଁଥି ଲାଗି ଏହାର ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ଲାଗି ପ୍ରବାସୀ ଭାରତୀୟଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Odissi dance performed in America-on-pm-modi-visit-to-usa | Argus News