ଆସନ୍ତାକାଲି ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ଆଜି ଫ୍ରାନ୍ସରୁ ଆମେରିକା ଅଭିମୁଖେ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତାକାଲି ଅପରାହ୍ନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ। ବିଭିନ୍ନ ପ୍ରସଙ୍ଗ ଉପରେ ଉଭୟ ରାଷ୍ଟ୍ରନେତାଙ୍କ ମଧ୍ୟରେ ହୋଇପାରେ ଦ୍ବିପାକ୍ଷିକ ଆଲୋଚନା। ପ୍ରତିରକ୍ଷା,ଏଆଇ, ଟାରିଫ ବୃଦ୍ଧି, ଅନୁପ୍ରବେଶକାରୀଙ୍କୁ ଦେଶରୁ ବିତାଡିତ ପ୍ରସଙ୍ଗ ଉଠାଇପାରେ ଭାରତ।
ଫ୍ରାନ୍ସରେ ଏଆଇ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ମୋଦି ଆଜି ଆମେରିକା ଗସ୍ତ କରିବେ । ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କ ଦ୍ବିତୀୟ ପାଳିରେ ମୋଦୀଙ୍କ ଏହା ପ୍ରଥମ ଗସ୍ତ, ଯାହା ଉପରେ ସାରା ବିଶ୍ବର ନଜର ରହିଛି । ଆସନ୍ତାକାଲି ଅପରାହ୍ନ ୪ଟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ମୋଦି । ବିଭିନ୍ନ ପ୍ରସଙ୍ଗ ଉପରେ ଉଭୟ ରାଷ୍ଟ୍ରନେତା ମଧ୍ୟରେ ଦ୍ବିପାକ୍ଷୀକ ଆଲୋଚନା ହୋଇପାରେ । ପ୍ରତିରକ୍ଷା,ଏଆଇ, ଟାରିଫ ବୃଦ୍ଧି, ଅନୁପ୍ରବେଶକାରୀଙ୍କୁ ଦେଶରୁ ବିତାଡିତ ପ୍ରସଙ୍ଗ ଉଠାଇ ପାରେ ଭାରତ । ଏପରିକି ଭାରତ-ଆମେରିକା କୁଟନୀତି ସର୍ମ୍ପକକୁ ଅଧିକ ମଜଭୂତ କରିବା ଦିଗରେ ମୋଦିଙ୍କ ଏଥରକ ଗସ୍ତ ବେଶ ଗୁରୁତ୍ବ ବହନ କରୁଛି। ମୋଦିଙ୍କ ସ୍ବାଗତ ପାଇଁ ହ୍ବାଇଟ ହାଉସ ପକ୍ଷରୁ ଭବ୍ୟ ଆୟୋଜନ କରାଯାଇଛି । ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବା ସହ ପ୍ରବାସୀଙ୍କୁ ମଧ୍ୟ ଭେଟିବେ ପ୍ରଧାନମନ୍ତ୍ରୀ ।