Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
International

War / ସତର୍କ ରୁହ ସେନା, ହେବ ବଡ଼ ଯୁଦ୍ଧ: ଉପେନ୍ଦ୍ର ଦ୍ୱିବେଦୀ

Banajyotshna Ray
Browse all articles by Banajyotshna Ray
·9 months ago·2 min read
ସତର୍କ ରୁହ ସେନା, ହେବ ବଡ଼ ଯୁଦ୍ଧ: ଉପେନ୍ଦ୍ର ଦ୍ୱିବେଦୀ

Key Points

ସତର୍କ ରୁହ, ପୁଣି ହେବ ଯୁଦ୍ଧ

ଭାର-ପାକିସ୍ତାନ ଯୁଦ୍ଧକୁ ନେଇ ବଡ଼ ଖବର

ପୁଣି ଭାରତ ପାକିସ୍ତାନ ଯୁଦ୍ଧକୁ ନେଇ ବଡ଼ ଖବର ଆସିଛି । ଯାହାକୁ ନେଇ ସବୁଠି ସତର୍କ ରହିବାକୁ କୁହାଯାଉଛି। ଲୋକେ ଭୟଭୀତ ମଧ୍ୟ ଅଛନ୍ତି। ଏଭଳି କିଛି ଖବର ବର୍ତ୍ତମାନ ସୋସିଆଲ ମିଡିଆରେ ଘୁରି ବୁଲୁଛି। ରାଜସ୍ଥାନର ଅନୁପଗଡ଼ସ୍ଥିତ ଆର୍ମି ପୋଷ୍ଟରେ ଭାରତୀୟ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଶୁକ୍ରବାର କହିଛନ୍ତି, ପଶ୍ଚିମରେ ଥିବା ପଡ଼ୋଶୀ ଆତଙ୍କବାଦର ମାଷ୍ଟରମାନଙ୍କୁ ପ୍ରୋତ୍ସାହନ ଦେବା ନେଇ କୁଖ୍ୟାତ। ପାକିସ୍ତାନ ଯଦି ମାନଚିତ୍ରରେ ନିଜ ଭୌଗୋଳିକ ଅବସ୍ଥିତି ବଜାୟ ରଖିବାକୁ ଚାହେଁ ତେବେ ରାଷ୍ଟ୍ର-ପ୍ରାୟୋଜିତ ଆତଙ୍କବାଦ ରପ୍ତାନି ବନ୍ଦ କରୁ। ଅନ୍ୟଥା ଭାରତ ଆଉ ସଂଯମ ହେବ ନାହିଁ କହି ସେ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି।


ପାକିସ୍ତାନୀ ସେନା ଏହି ଅଞ୍ଚଳରେ ଅତିକ୍ରମ ଉଦ୍ୟମ କଲେ ଭାରତ ଏପରି ଜବାବ ଦେବ ଯେ ପାକିସ୍ତାନର ଇତିହାସ ଓ ଭୂଗୋଳ ବଦଳିଯିବ ବୋଲି ରାଜନାଥ ସିଂ କହିଥିଲେ। ଏହାର ଦିନକ ପରେ ସ୍ଥଳସେନା ମୁଖ୍ୟ ଜେନେରାଲ ଦ୍ୱିବେଦୀ ରାଜସ୍ଥାନର ଅନୁପଗଡ଼ରୁ ଇସ୍‌ଲାମାବାଦକୁ କଡ଼ା ଚେତାବନୀ ଦେଇଛନ୍ତି। ଦ୍ୱିବେଦୀ କହିଛନ୍ତି, ଭାରତୀୟ ବଳ ଏଥର ଆଉ ଅପରେଶନ୍‌ ସିନ୍ଦୂର ୧.୦ ଭଳି ସଂଯମ ହେବ ନାହିଁ। ପାକିସ୍ତାନ ଭୂଗୋଳରେ ରହିବାକୁ ଚାହେଁ କି ନାହିଁ ତାହା ସ୍ଥିର କରୁ। ଯଦି ରହିବାକୁ ଚାହେଁ ତେବେ ରାଷ୍ଟ୍ର-ପ୍ରାୟୋଜିତ ଆତଙ୍କବାଦ ବନ୍ଦ କରିବା ଜରୁରୀ। ଯବାନମାନଙ୍କୁ ସମ୍ବୋଧନ ବେଳେ ଦ୍ୱିବେଦୀ ଆହୁରି କହିଛନ୍ତି, ଯଦି ଭଗବାନଙ୍କ ଇଚ୍ଛା ଥିବ, ତେବେ ଆପଣମାନେ ଶୀଘ୍ର ଏକ ସୁଯୋଗ ପାଇବେ। ଏଥିପାଇଁ ପ୍ରସ୍ତୁତ ରୁହନ୍ତୁ।


ଏଥିସହ ପଢ଼ନ୍ତୁ: ସିଙ୍ଗାପୁର ହୋଟେଲରେ ଯୌନ କର୍ମୀଙ୍କୁ ଲୁଟ୍ କରିବା ଅଭିଯୋଗରେ ୨ ଭାରତୀୟ ପର୍ଯ୍ୟଟକଙ୍କୁ ଜେଲଦଣ୍ଡ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ପାକିସ୍ତାନରେ ସର୍ବଦା ଲୋକଙ୍କୁ ଭାରତ ବିରୋଧରେ ଶିଖାଯାଏ। କଥାରେ ଅଛି ମତେ ଯେତେ ମାଠିବୁ ମାଠ, ମୁଁ ସେହି ଦରପୋଡ଼ା କାଠ। ପାକିସ୍ତାନ କେବେ ବି ତାର ପ୍ରକୃତି ବଦଳେଇପାରିବ ନାହିଁ। ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନୀ ଆତଙ୍କବାଦୀମାନେ ଅତର୍କିତ ଆକ୍ରମଣ କରି ୨୬ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଭାରତୀୟ ସଶସ୍ତ୍ର ବଳ ଏହାର ଜବାବ ଦେବାକୁ ଯାଇ ମେ’ ୭ରୁ ୧୦ ପର୍ଯ୍ୟନ୍ତ ‘ଅପରେଶନ୍‌ ସିନ୍ଦୂର’ ଚଳାଇଥିଲା। ଏହି ସାମରିକ କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନ ଓ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ସ୍ଥିତ ଅନେକ ଆତଙ୍କବାଦୀ ନିହତ ହେବା ସହ ସେମାନଙ୍କ ଭିତ୍ତିଭୂମି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିଲା। ସେବେଠୁ ଦୁଇ ପଡ଼ୋଶୀ ରାଷ୍ଟ୍ର ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଥିବାବେଳେ ଗୁଜରାଟର ରଣନୈତିକ କ୍ଷେତ୍ର ସାର୍‌ କ୍ରିକ୍‌ରେ ପାକିସ୍ତାନୀ ସେନାର ସାମରିକ ଗତିବିଧି ବୃଦ୍ଧି ନେଇ ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚେତାବନୀ ଦେଇଥିଲେ।


ଅଧିକ ପଢ଼ନ୍ତୁ ବିଦେଶ ଖବର:

Related Topics

Explore more stories

Sponsored
War | “Be Alert, Army — A Major War May Erupt, Warns Upendra Dwivedi | Argus News” | Argus News