Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ମନା

Lifestyle

ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ମନା

Rashmita Mishra
Browse all articles by Rashmita Mishra
·1 year ago·1 min read
ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ମନା

ଅର୍ଗସ ବ୍ୟୁରୋ: ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ଭୟଙ୍କର ରୋଗ। ଲୁଣ ଏପରି ଏକ ଦ୍ରବ୍ୟ ଯାହା ଦୈନନ୍ଦିନ ପ୍ରତ୍ୟେକ ବ୍ୟକ୍ତିଙ୍କ ରୋଷେଇ ଘରେ ଏହା ବ୍ୟବହାର ହୋଇଥାଏ । ବିନା ଲୁଣରେ କୌଣସି ଖାଦ୍ୟ ଖାଇ ହୁଏନାହିଁ ଏବଂ ଲୁଣ ବିନା କୌଣସି ଖାଦ୍ୟର ସ୍ୱାଦ ମଧ୍ୟ ନଥାଏ । ତେବେ କିଛି ଲୋକ ଅତ୍ୟଧିକ ମାତ୍ରାରେ ଲୁଣ ଖାଇଥାନ୍ତି । ସେମାନଙ୍କ ପକ୍ଷରେ ବିନା ଲୁଣରେ କୌଣସି ଖାଦ୍ୟ ଖାଇବା ଅସମ୍ଭବ ହୋଇଯାଇଥାଏ । ଯଦି ଆପଣ ମାତ୍ରାଧିକ ଲୁଣର ସେବନ କରୁଛନ୍ତି ।

ତେବେ ଆପଣ ଏବେଠୁ ସାବଧାନ ହୋଇଯାଆନ୍ତୁ । ଏହି ଅଭ୍ୟାସ ଆପଣଙ୍କୁ ବଡ଼ ସମସ୍ୟାରେ ପକାଇପାରେ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ କହିବା ଅନୁସାରେ, ମେଡିକାଲ କ୍ଷେତ୍ରରେ ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ପାଇଁ ମନା କରାଯାଇଥାଏ । କାରଣ ଲୁଣ ସେବନ ଦ୍ୱାରା ଆପଣ ଅନେକ ବଡ଼ ବଡ଼ ରୋଗର ବଶବର୍ତ୍ତୀ ହୋଇଥାନ୍ତି । ସେଥିରୁ ମୁଖ୍ୟ ହେଉଛି ଉଚ୍ଚ ରକ୍ତଚାପ । ମାତ୍ରାଧିକ ଲୁଣ ସେବନ ଦ୍ୱାରା ପ୍ରଥମେ ଏହି ରୋଗ ହିଁ ମଣିଷକୁ ସଂକ୍ରମଣ କରିଥାଏ ।

ଶରୀର ଠିକ ଭାବରେ କାର୍ୟ୍ୟକ୍ଷମ ହେବା ପାଇଁ ଲୁଣର ଆବଶ୍ୟକତା ରହିଛି । କିନ୍ତୁ ଏହାର ମାତ୍ରାଧିକ ସେବନ ହୃଦରୋଗ, ରକ୍ତଚାପ, ଷ୍ଟ୍ରୋକ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାର କାରଣ ହୋଇଥାଏ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସର୍ଭେ ରିପୋର୍ଟ ଅନୁସାରେ, ଲୁଣ ସମସ୍ତଙ୍କ ଶରୀରରେ ଉଚ୍ଚ ରକ୍ତଚାପ ସୃଷ୍ଟି କରେ  । ତେଣୁ ଆପଣମାନେ ଲୁଣକୁ କମେଇବାକୁ ଚେଷ୍ଟା କରନ୍ତୁ । ଆପଣ ପ୍ରତ୍ୟେକ ଦିନ ଖାଦ୍ୟରେ ସାମିଲ ହେଉଥିବା ଲୁଣର ପରିମାଣକୁ କମ କରିବା ଉଚିତ । ଏହାଦ୍ୱାରା ଉପରୋକ୍ତ ରୋଗ ଇତ୍ୟାଦିରୁ ଶରୀର ମୁକ୍ତ ରହିବା ସହ ଆପଣ ନିଜକୁ ସୁସ୍ଥ ରଖିପାରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଜୀବନ ଶୈଳୀ ଖବର...

Sponsored
Avoid excessive salt consumption | Argus News