Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଖାଦ୍ୟ ଏମିତି ଖାଇଲେ ଓଜନ ବଢ଼ିବ !

Lifestyle

ଖାଦ୍ୟ ଏମିତି ଖାଇଲେ ଓଜନ ବଢ଼ିବ !

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଖାଦ୍ୟ ଏମିତି ଖାଇଲେ ଓଜନ ବଢ଼ିବ !

ଅର୍ଗସ ବ୍ୟୁରୋ:  ଖାଦ୍ୟ ନଚୋବାଇ ଗିଳିଦେଉଛନ୍ତି କି ? ଏହାଦ୍ୱାରା ଅନେକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ମାନେ ଆପଣ ଖାଦ୍ୟକୁ ନଚୋବାଇ ଗିଳି ଦେଉଥିଲେ ଏହାଦ୍ୱାରା ଆପଣଙ୍କ ଓଜନ ବଢ଼ିଥାଏ। ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଭଲରେ ଦୁଇ ଗୁଣ୍ଡା ଖାଇବାକୁ ବି ଲୋକଙ୍କ ପାଖରେ ତର ନାହିଁ। ତରବରିଆ ଭାବରେ ଆମେ ଖାଦ୍ୟକୁ ନଚୋବାଇ ଶୀଘ୍ର ଶୀଘ୍ର ଗିଳିଦିଅନ୍ତି । ଡେରି ଯାଏଁ ଚୋବାଇବା ଦ୍ୱାରା ପାଟିରେ ଲାଳ ସୃଷ୍ଟି ହୋଇଥାଏ ଯାହା ଖାଦ୍ୟକୁ ନରମ କରି ଭାଙ୍ଗିବାରେ ସାହାଯ୍ୟ କରିଥାଏ ଏବଂ କାର୍ବୋହାଇଡ୍ରେଟସ ଏବଂ ଫ୍ୟାଟସକୁ ଅଲଗା କରିଥାଏ ।

ଏହା ଦ୍ୱାରା ପାଚନ ପ୍ରକ୍ରିୟା ଠିକ୍ ଭାବରେ ହୋଇଥାଏ। ଖାଦ୍ୟକୁ ଭଲଭାବେ ଚୋବାଇ ଖାଇବା ଦ୍ୱାରା ପାଟିରେ ଥିବା ବ୍ୟାକ୍ଟେରିଆ ନଷ୍ଟ ହୋଇଯାଇଥାଏ। ଡେରି ପର୍ଯ୍ୟନ୍ତ ଖାଇବା ଦ୍ୱାରା ପାଟିରେ ଲାଳ ସୃଷ୍ଟି ହୋଇଥାଏ ଏବଂ ଏହା ବ୍ୟାକ୍ଟେରିଆ ସଂକ୍ରମଣକୁ ରୋକିଥାଏ।ଏକ ଅନୁଧ୍ୟାନରୁ ଜଣାଯାଇଛି ଯେ ନଚୋବାଇ ଖାଉଥିବା ବ୍ୟକ୍ତିଙ୍କ ଓଜନ ଚୋବାଇ ଧୀରେ ଧୀରେ ଖାଉଥିବା ବ୍ୟକ୍ତିଙ୍କ ଓଜନ ତୁଳନାରେ ଅଧିକ ହୋଇଥାଏ।

ଅଧିକ ପଢ଼ନ୍ତୁ ଜୀବନ ଶୈଳୀ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Sponsored
Chewing helps digestion and prevents overeating. It also activates the functions of your stomach and intestines. | Argus News