Videos
|
Lifestyle

କାହିଁକି ପାଳନ କରାଯାଏ ଭାଲେଣ୍ଟାଇନ୍ସ ଡେ?

Ritu Das
Browse all articles by Ritu Das
·1 year ago·1 min read
କାହିଁକି ପାଳନ କରାଯାଏ ଭାଲେଣ୍ଟାଇନ୍ସ ଡେ?

ପ୍ରେମ ଶାଶ୍ୱତ ଚିରନ୍ତନ। ଏହି ବାର୍ତ୍ତା ନେଇ ପ୍ରତିବର୍ଷ ଫେବୃଆରୀ ୧୪ରେ ପାଳନ କରାଯାଇଥାଏ ଭାଲେଣ୍ଟାଇନ୍‌ ଡେ’ବା ପ୍ରେମ ଦିବସ। ବିଶେଷକରି ଯୁବପିଢ଼ି ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରିଥାନ୍ତି। ଫେବୃଆରୀ ୭ ଅର୍ଥାତ୍‌ ରୋଜ୍‌ ଡେ’ରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଥିବା ବେଳେ ୧୪ ହେଉଛି ସବୁଠୁ ଖୁସିର ଦିନ। ପ୍ରେମ ସପ୍ତାହର ଶେଷଦିନରେ ନିଜର ମନଖୋଲି କଥା ହୋଇଥାନ୍ତି ପ୍ରେମୀଯୁଗଳ। ଦିନଟିକୁ ସ୍ମରଣୀୟ କରିବା ଲାଗି ପରସ୍ପରକୁ ବିଭିନ୍ନ ସର୍‌ପ୍ରାଇଜ୍‌ ଗିଫ୍ଟ ମଧ୍ୟ ଦେଇଥାନ୍ତି। ଏହିଦିନଟି କାହିଁକି ଏବଂ କେବେଠୁ ପାଳନ କରାଯାଇଆସୁଛି ଜାଣନ୍ତୁ ଏ ସମ୍ପର୍କରେ… ରୋମ୍‌ର ଜଣେ ପାଦ୍ରୀ ଥିଲେ ସେଣ୍ଟ୍‌ ଭାଲେଣ୍ଟାଇନ୍‌। ବିଶ୍ୱକୁ ପ୍ରେମମୟ କରିବା ଲାଗି ସେ ସର୍ବଦା ଚାହୁଁଥିଲେ। ତାଙ୍କ ପାଇଁ ପ୍ରେମ ଜୀବନ ଥିଲା। କିନ୍ତୁ ଏହି ସହରରେ ଥିବା ଜଣେ ରାଜା ସେଣ୍ଟଙ୍କ ଏପରି କଥାକୁ ବିରୋଧ କରୁଥିଲେ।


ରାଜାଙ୍କୁ ଲାଗୁଥିଲା ପ୍ରେମ କିମ୍ବା ବିବାହ କଲେ ପୁରୁଷର ଶକ୍ତି ଏବଂ ବୁଦ୍ଧି ନଷ୍ଟ ହୋଇଥାଏ। ଏହି କାରଣରୁ ରାଜ୍ୟର କୌଣସି ସୈନିକ ଏବଂ ଅଧିକାରୀ ବିବାହ କରି ପାରୁ ନ ଥିଲେ। ସେଣ୍ଟ ଭାଲେଣ୍ଟାଇନ୍‌ ରାଜାଙ୍କ ଏହି ଆଦେଶକୁ ବିରୋଧ କରୁଥିଲେ। ସେ ରୋମ୍‌ବାସୀଙ୍କୁ ପ୍ରେମ ଏବଂ ବିବାହ କରିବାକୁ ଉତ୍ସାହିତ କରିଥିଲେ। ଖାଲି ଏତିକି ନୁହେଁ, କିଛି ସୈନିକ ଏବଂ ଅଧିକାରୀଙ୍କ ବିବାହ ମଧ୍ୟ କରାଇଲେ। ଏହି କଥାରେ ରାଜା ଭୀଷଣ ରାଗିଗଲେ। ଫଳରେ ସେଣ୍ଟ୍‌ ଭାଲେଣ୍ଟାଇନ୍‌ଙ୍କୁ ଖ୍ରୀଷ୍ଟପୂର୍ବ ୨୬୯ ଫେବୃୟାରୀ ୧୪ରେ ଫାଶୀ ଦେଇଦେଲେ। ଏହିଦିନଠାରୁ ସହରରେ ପ୍ରତିବର୍ଷ ଫେବୃଆରୀ ୧୪ରେ ‘ପ୍ରେମ ଦିବସ’ ଭାବେ ପାଳନ କରାଯାଇଆସୁଛି। ବର୍ତ୍ତମାନ ସାରା ବିଶ୍ୱରେ ଏହିଦିନଟିକୁ ମଧ୍ୟ ପ୍ରେମୀଯୁଗଳ ପାଳନ କଲେଣି। କୁହାଯାଏ, ଭାଲେଣ୍ଟାଇନ୍‌ ଫାଶୀ ପାଇବା ସମୟରେ ଜେକୋବସ୍‌ ନାମକ ଜଣେ ଚକ୍ଷୁହୀନ ଯୁବତୀଙ୍କୁ ଚକ୍ଷୁଦାନ କରିଥିଲେ। ଜେକୋବସ୍‌ଙ୍କୁ ସେଣ୍ଟ୍‌ ଭାଲେଣ୍ଟାଇନ୍‌ ଏକ ପତ୍ର ଲେଖିଥିଲେ। ଯେଉଁଥିରେ ଲେଖାଥିଲା ତୁମର ଭାଲେଣ୍ଟାଇନ୍‌।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Why is Valentine's Day celebrated? | Argus News