ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପର୍ଣ୍ଣ
·1 year ago

ଅର୍ଗସ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପର୍ଣ୍ଣ । ୯୨ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗକୁ ଅଣାଯାଇଥିଲା । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ ।ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି । ତେବେ ଏମ୍ସ ପ୍ରଶାସନ ଏବେ କିଛି ସ୍ପଷ୍ଟ ଭାବେ କହିନାହାନ୍ତି ।
କିନ୍ତୁ ଜରୁରୀକାଳୀନ ବିଭାଗର ଡାକ୍ତର କହିଛନ୍ତି ଯେ ତାଙ୍କୁ ଆଲର୍ଟ ମୋଡରେ ରହିବାକୁ କୁହାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଅଧିକ ପଢ଼ନ୍ତୁ ଦେଶ ଖବର: