ଘାଟିରେ ଓଲଟି ପଡ଼ିଲା ପିକ୍ ଅପ୍ ଭ୍ୟାନ୍; 14 ମୃତ, 20 ଆହତ
·2 years ago

ଅର୍ଗସ ବ୍ୟୁରୋ: ମଧ୍ୟପ୍ରଦେଶ ଦିନ୍ଦୋରୀରେ ମର୍ମନ୍ତୁଦ ଦୁର୍ଘଟଣା । ବଡ଼ଝର ଘାଟିରେ ଓଲଟି ପଡ଼ିଲା ପିକ୍ ଅପ୍ ଭ୍ୟାନ୍ । ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି ।
ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଆହତଙ୍କୁ ଉଦ୍ଧାର କରାଯାଇ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଡଃ ମୋହନ ଯାଦବ । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଅମର ଆତ୍ମର ସଦଗତି ପ୍ରାର୍ଥନା କରିଛନ୍ତି । ଏହାସହ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଆହତଙ୍କର କିପରି ଠିକ୍ ଭାବରେ ଚିକିତ୍ସା କରାଯିବ ଏନେଇ ମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ଶ୍ରୀମତୀ ସମ୍ପତିୟା ଉଇକି ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: