Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆରମ୍ଭ ହେଲା ଗଣତନ୍ତ୍ରର ମହାପର୍ବ

National

ଆରମ୍ଭ ହେଲା ଗଣତନ୍ତ୍ରର ମହାପର୍ବ

Jitendra Dash
Browse all articles by Jitendra Dash
·2 years ago·2 min read
ଆରମ୍ଭ ହେଲା ଗଣତନ୍ତ୍ରର ମହାପର୍ବ

ଅର୍ଗସ ବ୍ୟୁରୋ : ଅପେକ୍ଷାର ହେଲା ଅନ୍ତ, ଦେଶରେ ପଡିଲା ଭୋଟ୍‌ । ଗଣତନ୍ତ୍ରର ମହାପର୍ବରେ ସାମିଲ ହେବାକୁ ଲକ୍ଷଲକ୍ଷ ଲୋକଙ୍କ ଲାଗିଛି ଲାଇନ୍‌ । ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେଉଛି । ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଗଲାଣି । ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶର ୬୦ ଆସନ ଏବଂ ସିକ୍କିମର ୩୨ ଆସନରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ବି ଭୋଟ ଗ୍ରହଣ ହେଉଛି । ନିର୍ବାଚନ କମିସନଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମୋଟ ୧୬୨୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି । ଏଥିରେ ୧୪୯୧ ଜଣ ପୁରୁଷ ଓ ୧୩୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି ।

ଏହି ପର୍ଯ୍ୟାୟରେ ୮ ଜଣ କେନ୍ଦ୍ରମନ୍ତ୍ରୀ, ୨ ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଜଣେ ପୂର୍ବତନ ରାଜ୍ୟପାଳ ନିର୍ବାଚନ ମଇଦାନରେ ଭାଗ୍ୟ ପରୀକ୍ଷା କରୁଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି, କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ, ସର୍ବାନନ୍ଦ ସୋନଓ୍ବାଲ, ଡାକ୍ତର ସଂଜୀବ ବାଲିଆନ, ଜିତେନ୍ଦ୍ର ସିଂ, ଭୂପେନ୍ଦ୍ର ଯାଦବ, ଅର୍ଜୁନରାମ ମେଘଓ୍ବାଲ ପ୍ରମୁଖ । ସେହିପରି ତାମିଲନାଡ଼ୁର କୋଏମ୍ବାଟୁର ଆସନରୁ ଲଢୁଛନ୍ତି ତାମିଲନାଡୁ ବିଜେପି ସଭାପତି ଆନ୍ନାଦୁରାଇ ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶର ୨ଟି ଆସନ, ଆସାମର ୫ଟି ଆସନ, ବିହାରର ୪ଟି ଆସନ, ଛତିଶଗଡ଼ର ଗୋଟିଏ ଆସନ, ମଧ୍ୟପ୍ରଦେଶର ୬ଟି ଆସନ, ମହାରାଷ୍ଟ୍ରର ୫ଟି ଆସନ, ମଣିପୁରର ୨ଟି ଆସନ, ମେଘାଳୟର ୨ ଆସନ, ମିଜୋରାମ, ନାଗାଲ୍ୟାଣ୍ଡ୍‌, ପୁଡୁଚେରି, ସକ୍କିମ ଏବଂ ଲକ୍ଷଦ୍ବୀପର ଗୋଟିଏ ଲେଖାଏ ଆସନ, ରାଜସ୍ଥାନର ୧୨ଟି ଆସନ, ତାମିଲନାଡ଼ୁର ସମସ୍ତ ୩୯ଟି ଆସନରେ ମତଦାନ ହେଉଛି ।

ସେହିଭଳି ଉତ୍ତର ପ୍ରଦେଶର ୮ଟି ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ବେଳେ ପଶ୍ଚିମବଂଗର ୩ଟି ଆସନ, ଆଣ୍ଡାମାନ ଏବଂ ନିକୋବରର ଗୋଟିଏ ଆସନ, ଜମ୍ମୁ କାଶ୍ମୀରର ଗୋଟିଏ ଆସନ ଏବଂ ତ୍ରିପୁରାର ଗୋଟିଏ ଆସନ ‌ପାଇଁ ଭୋଟ୍‌ ଗ୍ରହଣ ଚାଲିଛି ।
 

Education Next Season 5
Sponsored
24% Turnout Across 102 Seats In 4 Hours | Argus News