|
logo
Live

Argus News - ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ

National

ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ

ଅର୍ଗସ ବ୍ୟୁରୋ:  ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦିଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଉପସ୍ଥାପନ । ୨୦୨୪- ୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପନ କରୁଛନ୍ତି ବଜେଟ୍ । ମୁଦ୍ରାସ୍ପିତୀ ୪% ରଖିବାକୁ ଆକଳନ କରାଯାଇଛି । ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ ।

୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ । କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ ।

ଅଧିକ ପଢ଼ନ୍ତୁ ଦେଶ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ | Argus News