କୋଲକାତାରେ ଭୁଶୁଡିଲା ୫ ମହଲା କୋଠା: ୨ମୃତ

ଅର୍ଗସ ବ୍ୟୁରୋ: କୋଲକାତାରେ ବିଲ୍ଡିଂ ଭୁଶୁଡ଼ିବା ଘଟଣାରେ ଘଟଣାସ୍ଥଳକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗତ ସପ୍ତାହରେ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ମୁଣ୍ଡରେ ପଟି ବାନ୍ଧି ମମତା ବାନାର୍ଜୀ ଘଟଣାସ୍ଥଳ ପରିଦର୍ଶନ କରିଥିବା ଦେଖିବାକୁ ମିଳିଛି । ମୁଣ୍ଡରେ ବ୍ୟାଣ୍ଡେଜ ଲାଗିଥିବା ଅବସ୍ଥାରେ ହିଁ ମମତା ଘଟଣାସ୍ଥଳକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା ବି କରିଛନ୍ତି ।
ଦକ୍ଷିଣ କୋଲକତାର ମେଟିଆବ୍ରୁଜରେ ୫ମହଲା କୋଠା ଭୁଶୁଡ଼ି ପଡ଼ିଥିଲା । ଏହି ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ଜଣ ଆହତ ହୋଇଛନ୍ତି । ମୃତାହତ ମାନେ ଶ୍ରମିକ ହୋଇଥିବା ଜଣାପଡ଼ିଛି । ଏହି ସ୍ଥାନକୁ ଯାଇ ସ୍ଥିତି ପରଖିଛନ୍ତି ମମତା । ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା ଏବଂ ଏବେବି ଜୋରସୋରରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଭିତରେ ଫସିରହିଥିବା ୫ରୁ ୬ଜଣଙ୍କୁ ଶୀଘ୍ର ଉଦ୍ଧାର କରାଯିବ ବୋଲି ମମତା କହିଛନ୍ତି।
ଅଧିକ ପଢ଼ନ୍ତୁ ଭାରତ ଖବର