Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ

National

Plane Crash News / ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ

Ritu Das
Browse all articles by Ritu Das
·3 months ago·2 min read
ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ
india

Key Points

ମହାରାଷ୍ଟ୍ରରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି।
ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟରେ ଦୁର୍ଘଟଣା ।

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାରାମତୀ ବିମାନବନ୍ଦରରେ ଅବତରଣ କରିବା ସମୟରେ ଏକ ଗୁରୁତର ଦୁର୍ଘଟଣାର ସମ୍ମୁଖୀନ ହୋଇଛି ଅଜିତ ପାୱାରଙ୍କ ବିମାନ। ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାର ଗୁରୁତର ଆହତ ହୋଇଥିଲେ । ତେବେ ତାଙ୍କର ମତ୍ୟୁ ହୋଇଛି । ପାଓ୍ୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। 



ଅଜିତ ପାଓ୍ୱାର, ଦୁଇ ଜଣ ପିଏସ୍ଓ, ୨ ଜଣ କ୍ରିୟୁ ସଦସ୍ୟ ଥିଲେ। ସେମାନଙ୍କର ବି ମୃତ୍ୟୁ ହୋଇଛି । ସେପଟେ ଏହି ଘଟଣା ସମଗ୍ର ମହାରାଷ୍ଟ୍ରକୁ ଦୋହଲାଇ ଦେଇଛି । ରାଜନୈତିକ ମହଲରେ ଏକ ବିରାଟ ହଇଚଇ ସୃଷ୍ଟି କରିଛି।ପ୍ରାପ୍ତ ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଉଥିଲେ । ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା । କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଲା।

ଏହା ଯୋଗୁଁ ପାଇଲଟ୍ ନିୟନ୍ତ୍ରଣ ହରାଇବସିଥିଲେ । ଦୁର୍ଘଟଣାଟି ଭୟଙ୍କର ଥିଲା। ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ପ୍ରଚୁର ପରିମାଣରେ ଧୂଆଁ ବ୍ୟାପିଯାଇଥିଲା। ତାଙ୍କ ବିମାନଟି ଗୁରୁତର ଭାବରେ କ୍ଷତିଗ୍ରସ୍ତ ହୋଇଛି । ପ୍ରାଥମିକ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣାରେ ଅଜିତ ପାୱାର ଗୁରୁତର ଆହତ ହୋଇଛନ୍ତି। କୁହାଯାଉଛି ଯେ ତାଙ୍କ ସହିତ ଥିବା କିଛି କର୍ମଚାରୀ ଏବଂ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Maharashtra Deputy Chief Minister Ajit Pawar dies in plane crash | Argus News