Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ

National

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ

Smruti Parija
Browse all articles by Smruti Parija
·1 year ago
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ

ଅର୍ଗସ ବ୍ୟୁରୋ: ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସରକାର ଗଢ଼ିବା ପ୍ରସ୍ତାବକୁ ସ୍ବୀକାର କରିନେଇଛନ୍ତି । ଏଥିସହ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପତ୍ରକୁ ମଧ୍ୟ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି । 

ତେବେ ଆଜି ଆତିଶୀଙ୍କ ସମେତ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ ଭରଦ୍ୱାଜ ଏବଂ ଇମ୍ରାନ୍‌ ହୁସେନ୍‌ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଆପ୍ ସରକାରର ଏହି ନୂଆ କ୍ୟାବିନେଟରେ ଦଳର ୨ ନୂଆ ବିଧାୟକ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। ଗତ ୧୭ ତାରିଖରେ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ନୂଆ ସରକାର ଗଠନ ପାଇଁ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
Aam Aadmi Party leader Atushi will take oath as the Chief Minister of Delhi today | Argus News